Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ଶିକ୍ଷା ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

by ସଞ୍ଜୟ ସ୍ୱାଇଁ
February 6, 2025
in Nayagarh, Sports, State
ଇଟାମାଟି ଶିକ୍ଷା ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ
109
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଇଟାମାଟି ଶିକ୍ଷା ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦୁଇ ଦିନ ଧରି ଅନୁଷ୍ଠିତ ହୋଇ ଆସୁଥିବା କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ ହୋଇ ଯାଇଛି । ଅଧ୍ୟକ୍ଷ ଅଭିମନ୍ୟୁ ସାହୁଙ୍କ ତତ୍ୱାବଧାନରେ ପରିଚାଳିତ ଏହି ଉତ୍ସବକୁ ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଅଶୋକ କୁମାର ନାୟକ ଆନୁଷ୍ଠନିକ ଭାବେ ଉଦ୍‌ଘାଟନ କରି ଜୀବନର ପ୍ରତ୍ୟେକ ସ୍ତରରେ ଖେଳୁଆଡ଼ ମନୋଭାବ ପୋଷଣ କରିବା ପାଇଁ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ । ଅନ୍ୟତମ ଅତିଥି ଭାବେ ଇଟାମାଟି ଗ୍ରାମ ପଞ୍ଚାୟତର ସରପଞ୍ଚ ସ୍ୱପ୍ନେଶ୍ୱରୀ ସେଠୀ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । କ୍ରୀଡା କ୍ଷେତ୍ରରେ ମହାବିଦ୍ୟାଳୟର ପୂର୍ବ କୀର୍ତିରାଜ ଓ ସଫଳତା ର ଉଲ୍ଲେଖ କରି ଶୃଙ୍ଖଳିତ ଭାବେ ପ୍ରତିଯୋଗିତା ଗୁଡିକୁ ସମ୍ପାଦନ କରିବା ପାଇଁ ଅଧ୍ୟକ୍ଷ ଅଭିମନ୍ୟୁ ସାହୁ ପ୍ରତିଯୋଗୀ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ପ୍ରଦାନ କରିଥିଲେ । ଖେଳ ଶିକ୍ଷକ ଅମିୟ ମୋହନ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧା ଓ ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନଙ୍କର ସହଯୋଗରେ ଶୃଙ୍ଖଳାର ସହ କ୍ରୀଡ଼ା ଉତ୍ସବ ସମ୍ପର୍ଣ୍ଣ ହୋଇଥିଲା । ପରିଶେଷରେ ଧ୍ୱଜା ଅବତରଣ କରି କ୍ରୀଡ଼ା ଉତ୍ସବର ଉଦ୍‌ଯାପନ କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନଙ୍କୁ ଅଧ୍ୟକ୍ଷ ଧନ୍ୟବାଦ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!