Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାସ୍ତରୀୟ କ୍ରୀଡ଼ା ମହାକୁମ୍ଭ ଉଦଘାଟିତ

by ସଞ୍ଜୟ ସ୍ୱାଇଁ
January 13, 2024
in Nayagarh, Sports, State
ଜିଲ୍ଲାସ୍ତରୀୟ କ୍ରୀଡ଼ା ମହାକୁମ୍ଭ ଉଦଘାଟିତ
174
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସ୍ତରୀୟ କ୍ରୀଡ଼ା ମହାକୁମ୍ଭ ଆଜି ନୟାଗଡ଼ ଷ୍ଟାଡିୟମଠାରେ ଉଦଘାଟିତ ହୋଇଯାଇଛି । ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଜିଲ୍ଲା ପ୍ରମୂଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମ ୧୮ ତାରିଖରେ ଉଦଯାପନ ହେବ ।

ଆଜି ନୟାଗଡ଼ ଷ୍ଟାଡିୟମଠାରେ କ୍ରିକେଟ ଓ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଆସନ୍ତାକାଲି ଏହାର ଫାଇନାଲ ପ୍ରତିଯୋଗୀତା ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକରୁ ଛାତ୍ରଛାତ୍ରୀମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତାରେ ସାମିଲ ହୋଇଛନ୍ତି । ଏହି କ୍ରୀଡ଼ା ମହାକୁମ୍ଭରେ କ୍ରିକେଟ୍‌, ଖୋ ଖୋ, ଭଲିବଲ୍‌, ହକି, ଫୁଟବଲ ଉପରେ ପ୍ରତିଯୋଗୀତା ଅନୁଷ୍ଠିତ ହେବ ବୋଲି ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୂଚନା ଦେଇଛନ୍ତି । ଏହି କ୍ରୀଡ଼ା କାର୍ୟ୍ୟିକ୍ରମରେ ବିଭିନ୍ନ କ୍ଲବ ଓ ନୟାଗଡ଼ ପୌରପାଳିକାରୁ କ୍ରିକେଟରେ ୧୪୪ ଜଣ, ଖୋ ଖୋ ପୁରୁଷ ବିଭାଗରେ ୧୦୮ ଜଣ ଓ ଖୋ ଖୋ ମହିଳା ବିଭାଗରେ ୯୬ ଜଣ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଥିଲେ ।

ମୋଟରେ ୩୪୮ ଜଣ କ୍ରୀଡାବିତ୍ ଓ କ୍ରୀଡାକୁ ସୁପରିଚାଳନା କରିବା ପାଇଁ ୫୦ ଜଣ ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟତ୍ରୀ କ୍ରୀଡା ଉତ୍ସବରେ ଯୋଗ ଦେଇଥିଲେ । ଅବସରପ୍ରାପ୍ତ ଶାରୀରିକ ନୀରିକ୍ଷକ ତ୍ରିନାଥ ସାହୁ, ଜିଲ୍ଲା କ୍ରିକେଟ ଆସୋସିଏସନ ସମ୍ପାଦକ ସଂଗ୍ରାମ କେଶରୀ ଗୁମାନସିଂ, ଜିଲ୍ଲା ଆଥ୍ଲେଟିକ୍ ସମ୍ପାଦକ ଆସେସ୍ କୁମାର ଦାଶ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଭାସ୍କର ଚନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କ୍ରୀଡ଼ା କାର୍ୟ୍ୟ କ୍ରମକୁ ସରସ ସୁନ୍ଦର କରିବା ପାଇଁ ଫୁଟବଲ୍ କୋଚ୍ ପ୍ରଶାନ୍ତ କୁମାର ପାଣିଗ୍ରାହୀ, ଅବସରପ୍ରାପ୍ତ ଶାରୀରିକ ଶିକ୍ଷା ଶିକ୍ଷକ ରବିନ୍ଦ୍ର କୁମାର ଦାଶ, ଅନୀଲ କୁମାର ଦାଶ, ସନ୍ୟାସୀ ପ୍ରଧାନ ସହଯୋଗ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!