Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା

by ସଞ୍ଜୟ ସ୍ୱାଇଁ
May 19, 2025
in State
ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା
26
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସଂପନ୍ନ । ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଖା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଯାହାକୁ ଚକଅଖ ଡେରା ନୀତି କୁହାଯାଏ । ତିନିବାଡର ପୂଜାପଣ୍ଡା ସକାଳଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ ଓ ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ । ତେବେ ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି । ପ୍ରାତଃ ୩ଟାରେ ସିଂହଦ୍ଵାର ଫିଟାଯାଇ ମଙ୍ଗଳଆଳତୀ ହୋଇଛି । ମଇଲମ,ଅବକାଶ ଇତ୍ୟାଦି ନୀତି ବଢିବା ପରେ ୭.୩୦ରୁ ୯ଟା ମଧ୍ୟରେ ସକାଳଧୂପ ଶେଷ ହୋଇ ୯.୩0ରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହେବ। ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି । ଭଉଁରୀ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଶ୍ରୀମନ୍ଦିର, ଶ୍ରୀମନ୍ଦିର କାର୍ଯ୍ୟାଳୟ ଓ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି । ଏଥିସହ ଅଗ୍ନିଶମ ବାହିନୀ ଓ ଲାଇଫଗାର୍ଡକୁ ମଧ୍ୟ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟପକ ମାତ୍ରାରେ ମୁତୟନ କରାଯିବାର ବ୍ୟବସ୍ଥା କରାଯାଇଛି । ତେବେ ପ୍ରତ୍ୟକଟି ସୁରକ୍ଷା ବ୍ୟବସ୍ଥାର ଟିଖନିଖ୍ ଅନୁଧ୍ୟାନ କରିଥିଲେ ପୁରୀ ଏସପି ବିନୀତ ଅଗ୍ରୱାଲ । ଗହଳିକୁ ଦୃଷ୍ଟିରେ ରଖି ପୁରୀରେ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି । ନରେନ୍ଦ୍ର କୋଣ ଠାରୁ ଶୌଚାଳୟ ଛକ ପର୍ଯ୍ୟନ୍ତ ଗାଳି ଚଳାଚଳ ବନ୍ଦ ରଖାଯାଇଛି । ସେହିଭଳି ଶୌଚାଳୟ ଛକ ଠାରୁ ଦେବୀ ଘାଟ ଛକ ଏବଂ ମାଜେଣା ଲେନ୍ ଠାରୁ ଅକ୍ଷୟ ପାତ୍ର ଲେନ୍ ପର୍ଯ୍ୟନ୍ତ ଗାଡି ଚଳାଚଳ ବନ୍ଦ ରଖାଯାଇଛି । ସେହିଭଳି ମାର୍କେଟ ସ୍କୋଏଆର ଠାରୁ ନରେନ୍ଦ୍ର କୋଣ ଦେଇ ରାୟବାହାଦୂର ଲେନ୍ ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ ରଖାଯାଇଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!