Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ

by ସଞ୍ଜୟ ସ୍ୱାଇଁ
June 8, 2021
in Feature News
ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
73
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଗତ ଜୁନ୍ ୪ ତାରିଖରେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି କ୍ରିଷନ କୁମାର। କରୋନା କାଳରେ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀମାନେ ବିଭିନ୍ନ ସ୍ଥାନରେ କାର୍ଯ୍ୟନିର୍ବାହ କରୁଛନ୍ତି । ଶ୍ରୀମନ୍ଦିର ଭିତରେ ଓ ବାହାରେ ନିତିକାନ୍ତିରେ ସଂପୃକ୍ତ ରହୁଛନ୍ତି । ରଥନିର୍ମାଣ ସେବାୟତଙ୍କ ରହିବା ଓ ଖାଇବା ଆଦି ବିଭିନ୍ନ କାର୍ଯ୍ୟରେ ସିଧାସଳଖ ସେମାନଙ୍କ ସଂପୃକ୍ତି ରହିଛି । ଫଳରେ ଲୋକଙ୍କ ସଂସ୍ପର୍ଷରେ ଆସି ଅନେକ ସମୟରେ କର୍ମଚାରୀମାନେ ପ୍ରଭାବିତ ହେଉଛନ୍ତି । ଏପରିକି ଦୁଇଜଣ କର୍ମଚାରୀଙ୍କ କରୋନାରେ ମୃତ୍ୟୁ ହୋଇଛି। ଜେଟିପି ପୃଥ୍ୱୀମନ୍ୟୁ ଦାଶ ଏବଂ ଚର୍ଚ୍ଚା ଅମିନ ପ୍ରମୋଦ କୁମାର ଦାଶଙ୍କ ମୃତ୍ୟୁ ହୋଇଛି। କର୍ମଚାରୀମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଟିକାକରଣଠାରୁ ଆରମ୍ଭ କରି ନିଳାଚଳ ଭକ୍ତ ନିବାସ କୋଭିଡ କେୟାର ସେଂଟର ଜରିଆରେ ଚିକିତ୍ସା ଯୋଗାଇ ଦିଆଯାଇଛି। ଏବେ ସେମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ଦେବାପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏପରିକି କରୋନାରେ ମୃତ୍ୟୁ ହୋଇଥିବା ଶ୍ରମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ ସମାନ ସର୍ତାବଳୀ ଆଧାରରେ ଆର୍ଥିକ ସହାୟତା ପ୍ରଦାନ ପାଇଁ ଚିଠିରେ ଅନୁରୋଧ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!