Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମରେ ଅଧିକରୁ ଅଧିକ ଯୁବକଯୁବତୀ ସାମିଲ ପାଇଁ ପରାମର୍ଶ: ଶ୍ରୀ ବାଗ୍‌ଚୀ

by ସଞ୍ଜୟ ସ୍ୱାଇଁ
August 28, 2021
in Feature News, Nayagarh
ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମରେ ଅଧିକରୁ ଅଧିକ ଯୁବକଯୁବତୀ ସାମିଲ ପାଇଁ ପରାମର୍ଶ: ଶ୍ରୀ ବାଗ୍‌ଚୀ
64
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍‌ଚୀ ଭୁବନେଶ୍ୱରସ୍ଥିତ ସଫଫେୱର ଟେକ୍ନୋଲୋଜି ପାର୍କ ଅଫ୍‌ ଇଣ୍ଡିଆ (ଏସ୍‌ଟିପିଆଇ) ପରିଦର୍ଶନରେ ଯାଇଥିଲେ । ଏହି ଅବସରରେ ସେ ବାର ଜଣ ଓଡିଆ ଷ୍ଟାର୍ଟ ଅପ୍‌ଙ୍କ ସହ ଆଲୋଚନା କରିଥିଲେ । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ବାଗ୍‌ଚୀ ଏହି ଅବସରରେ କହିଥିଲେ ଯେ ଏସ୍‌ଟିପିଆଇ ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମକୁ ପ୍ରୋତ୍ସାହନ କରୁଛି ଏବଂ ଓଡିଆ ଷ୍ଟାର୍ଟ ଅପ୍‌ମାନଙ୍କ ଦ୍ୱାରା ଉଦୀୟମାନ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ବିଶ୍ୱସ୍ତରୀୟ ସଫଫେୱର ଉତ୍ପାଦ ପ୍ରସ୍ତୁତିରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିପାରିଛି । ସେ ବାର ଜଣ ଷ୍ଟାର୍ଟ ଅପ୍‌ଙ୍କ ସହ ନିଜର ଉଦ୍ୟୋଗ ଯାତ୍ରା ବିଷୟରେ ଆଲୋଚନା କରି ଏହି ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମରେ ଯେପରି ଅଧିକରୁ ଅଧିକ ଯୁବକଯୁବତୀ ସାମିଲ ହେବେ ସେଥିନିମନ୍ତେ ପରାମର୍ଶ ଦେଇଥିଲେ । ସେଠାରେ ସେ ଏସ୍‌ପିକେ-ମାକ୍‌ ଟେକ୍ନୋଲୋଜି, ଥିଙ୍କ୍‌ ର ଇନୋଭେଟିଭ ସଲୁସନ୍ସ, ଏଫ୍‌ଏକ୍ସ ୟୁଏଭି ଟେକ୍ନୋଲୋଜି, କାର୍‌ବୋନୌଟ, ଇସାମ୍‌ସ, କ୍ୱିବି୭, ପ୍ରାଇମ୍‌, ଡାରୱିନ୍‌ ଏନର୍ଜି ଏବଂ ଥିଙ୍କ୍‌ ଟ୍ୟାଙ୍କର ଏକାଡେମୀ ଷ୍ଟାର୍ଟ ଅପ୍‌ର ବିଭିନ୍ନ ଉତ୍ପାଦ ବୁଲି ଦେଖିଥିଲେ । ସୂଚନା ଥାଉ କି ରାଜ୍ୟ ସରକାରଙ୍କ ଷ୍ଟାର୍ଟ ଅପ୍‌ ଓଡିଶା ଏହି ଉଦୀୟମାନ ଯୁବ ଷ୍ଟାର୍ଟ ଅପ୍‌ ମାନଙ୍କୁ ଏସ୍‌ଟିପିଆଇର ଇନ୍‌କୁ୍ୟବେସନ ସେଣ୍ଟରଠାରେ ନିଜର ଉତ୍ପାଦ ପ୍ରସ୍ତୁତ ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଇଛନ୍ତି । ଏହି ଇଲେକେଫ୍ରାପ୍ରିନିୟର ପାର୍କରେ କୃଷି ଏବଂ ମତ୍ସ୍ୟ ଚାଷ, ସୌର ଉତ୍ପାଦ, ୟୁଏଭି, ଇଲୁମିନେଟେଡ ଟାଇଲ, ଟ୍ରାଇ ମୋଡ୍‌ ଡ୍ରୋନ୍‌, ସ୍‌ୟଂଚାଳିତ ୟୁଭିସି ବିଶୋଧନ ରୋବୋଟ୍‌ ଓ ଔଷଧ ବିତରଣ ଯନ୍ତ୍ର, ଅତ୍ୟାଧୁନିକ ଆଇଓଟି ପର୍ଯ୍ୟବସିତ ପାନୀୟ ଯନ୍ତ୍ର, ଭିୱାନ ଟାଇଲ ଭଳି ଉତ୍ପାଦ ଆମ ଓଡିଆ ଯୁବ ଷ୍ଟାର୍ଟ ଅପ୍‌ଙ୍କ ଦ୍ୱାରା ପ୍ରସ୍ତୁତ ହୋଇଛି । ଏହି ଗସ୍ତରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ଶ୍ରୀ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!