Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀମାନେ ଉତ୍ପାଦିତ ଦ୍ରବ୍ୟ ବିକ୍ରି ପାଇଁ ନୂଆ ବ୍ୟବସ୍ଥା

by Anil Panda
April 21, 2020
in Breaking, State
ଚାଷୀମାନେ ଉତ୍ପାଦିତ ଦ୍ରବ୍ୟ ବିକ୍ରି ପାଇଁ ନୂଆ ବ୍ୟବସ୍ଥା
43
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ): କରୋନା ଭୂତାଣୁକୁ ପ୍ରତିହତ କରିବା ନିମନ୍ତେ ସମଗ୍ର ଦେଶ ସମେତ ରାଜ୍ୟରେ ଲକଡାଉନ ଜାରି କରାଯାଇଥିବାବେଳେ ଚାଷୀମାନେ ଯେପରି ଉଦ୍ୟାନ ଭିତ୍ତିକ ଫସଲ ଯଥା ଫଳ, ପନିପରିବା, ଫୁଲ, ମସଲା ଆଦି ସୁବିଧାରେ ବିକି୍ର କରିପାରିବେ ସେଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ନୂତନ େୱବ୍‌ସାଇଟର ଲୋକାର୍ପଣ କରାଯାଇଛି । ଆଜି ଅପରାହ୍ନରେ କୃଷି ଭବନଠାରେ ଏହି େୱବ୍‌ସାଇଟକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଲୋକର୍ପିତ କରିଥିଲେ । ଫଳ, ପନିପରିବା ଆଦିର ଗୁଣାତ୍ମକ ମାନ ଶୀଘ୍ର ନଷ୍ଟ ହୋଇଯାଉଥିବାରୁ ଏହାର ଉପଯୁକ୍ତ ବିକି୍ରବଟା ଦିଗରେ ଏହି େୱବ୍‌ସାଇଟ୍‌ ସହାୟକ ହେବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି । ଏହା ଦ୍ୱାରା ଚାଷୀମାନେ ନିଜ ଉତ୍ପାଦିତ ଦ୍ରବ୍ୟକୁ ଉଚିତ ମୂଲ୍ୟରେ ବିକି୍ର କରିପାରିବେ । କରୋନା ସଂକ୍ରମଣ ଭଳି ଏକ ଅସ୍ୱାଭାବିକ ପରିସ୍ଥିତିର ମୁକାବିଲା କରି ଓଡ଼ିଶାର ଫଳ ଓ ପନିପରିବା ଆଦି ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟ ବିକ୍ରି ଏବଂ ଖାଉଟିମାନଙ୍କୁ ଠିକଣା ସମୟରେ କୃଷିଜାତ ଦ୍ରବ୍ୟ ଯୋଗାଇଦେବା ନିମନ୍ତେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ କଠିନ ପରିଶ୍ରମ କରିବା ପାଇଁ ମନ୍ତ୍ରୀ ଡ.ସାହୁ ପରାମର୍ଶ ଦେଇଥିଲେ ।ଏହି େୱବ୍‌ସାଇଟ୍‌ ଫଳ ଓ ପନିପରିବା ବିକି୍ର ଦିଗରେ ଏକ ପ୍ରକୃଷ୍ଟ ମଞ୍ଚ ସାବ୍ୟସ୍ତ ହୋଇପାରିବ ବୋଲି ମନ୍ତ୍ରୀ ଡ.ସାହୁ ଆଶା ପ୍ରକାଶ କରିଛନ୍ତି । ଏହି େୱବ୍‌ସାଇଟ୍‌ ମାଧ୍ୟମରେ ଓଡ଼ିଶାର ୩୦ଟି ଜିଲ୍ଲାର ଉଦ୍ୟାନକୃଷି ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ ଜିଲ୍ଲାରେ ବିକି୍ରଯୋଗ୍ୟ ଉତ୍ପାଦିତ ଦ୍ରବ୍ୟକୁଦର୍ଶାଇବେ, ଯାହାକି ସମ୍ପୃକ୍ତ ବ୍ୟବସାୟୀମାନଙ୍କ ଅବଗତି ପାଇଁ ଉପଲବ୍ଧ ହେବ । ବ୍ୟବସାୟୀମାନେ କେଉଁଠାରେ କେତେ ପରିମାଣର ଫଳ ପନିପରିବା ଆଦି ଉପଲବ୍ଧ ହେଉଛି ସେ ବିଷୟରେ ଜାଣିପାରିବେ। ଏହାଦ୍ୱାରା ସେମାନେ ଜିଲ୍ଲାସ୍ତରର ଉଦ୍ୟାନ କୃଷି ଅଧିକାରୀଙ୍କ ସହ ଯୋଗାଯୋଗ କରି ସିଧାସଳଖ ଚାଷୀମାନଙ୍କ ଠାରୁ ଉତ୍ପାଦିତ ଦ୍ରବ୍ୟର ବିକି୍ରବଟା କରିପାରିବେ ।ଅଧିକାରୀମାନଙ୍କୁ ପ୍ରତ୍ୟେକ ଦିନ ଏହି େୱବ୍‌ସାଇଟ୍‌ରେ ଉପଲବ୍ଧ ଫଳ ଓ ପନିପରିବା ତଥ୍ୟ ଅପଲୋଡ଼ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଉଦ୍ୟାନ କୃଷି ସହିତ ସମ୍ପୃକ୍ତ ୧୫୦୦ରୁ ଊଦ୍ଧ୍ୱର୍ ବ୍ୟବସାୟୀଙ୍କ ନାମ ତାଲିକା େୱବ୍‌ସାଇଟ୍‌ରେ ଉପଲବ୍ଧ କରାଯାଇଛି । ଏଥିସହିତ ବ୍ୟବସାୟୀମାନଙ୍କୁ ଉଦ୍ୟାନଭିତ୍ତିକ ଉତ୍ପାଦିତ ଦ୍ରବ୍ୟର ସ୍ଥିତି ସମ୍ପର୍କରେ ଏସଏମଏସ୍‌ ମାଧ୍ୟମରେ ଜଣାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ତଥା ଉଦ୍ୟାନ କୃଷି ନିର୍ଦ୍ଦେଶକ ଡ. ଏମ୍‌.ମୁଥୁକୁମାର ଉପସ୍ଥିତ ଥିଲେ । ଏଥିସହିତ ସମସ୍ତ ଜିଲ୍ଲାର ଉଦ୍ୟାନ କୃଷି ବିଭାଗୀୟ ଅଧିକାରୀମାନେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!