Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀଙ୍କୁ ସୋସିଆଲ୍ ମିଡିଆରେ ସାମିଲ କରିବା ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

by Anil Panda
May 27, 2020
in Breaking
ଚାଷୀଙ୍କୁ ସୋସିଆଲ୍ ମିଡିଆରେ ସାମିଲ କରିବା ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
22
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚଳିତ ଖରିଫରେ ଚାଷୀମାନଙ୍କୁ ଉନ୍ନତ ବିହନ, ସାର ଏବଂ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି । ଚାଷୀମାନେ ଯେପରି ସୁବିଧାରେ ବିହନ ଓ ସାର ଆବଶ୍ୟକ ଅନୁସାରେ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବା ପାଇଁ ଜିଲ୍ଲା ଦାୟୀତ୍ୱରେ ଥିବା ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କୃଷି ଓ କୃଷକ ଶସକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ କହିଛନ୍ତି । ଏଥିସହିତ କୋଭିଡ଼-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଖରିଫ ଚାଷର ଗୁରୁତ୍ୱକୁ ଦୃଷ୍ଟିରେ ରଖି କୃଷି ଅଧିକାରୀ ଓ କର୍ମଚାରୀମାନଙ୍କୁ ସଦର ମହକୁମା ଛାଡି ନ ଯିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଖିଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଛନ୍ତି । ଆଜି ପୂର୍ବାହ୍ନରେ କୃଷି ଭବନଠାରେ ଆୟୋଜିତ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀମାନଙ୍କ ବୈଠକରେ ଅଧ୍ୟକ୍ଷତାକରି ମନ୍ତ୍ରୀ ଡ଼ଃ ସାହୁ ବିହନ ଓ ସାର ଯୋଗାଣ ସଂପର୍କରେ ସମୀକ୍ଷା କରିଥିଲେ । ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟରେ ଖରିଫ ଚାଷକୁ ପ୍ରାଥମିକତା ପ୍ରଦାନ କରି କୃଷିକାର୍ଯ୍ୟକୁ ଆଗେଇ ନେବାପାଇଁ କୃଷି ଅଧିକାରୀମାନଙ୍କୁ ଅଧିକ ତତ୍ପରତା ପ୍ରକାଶ କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଥିଲେ । ଜୁନ ୧ ତାରିଖରୁ ୧୦ ତାରିଖ ମଧ୍ୟରେ ସମସ୍ତ ନୋଡାଲ ଅଧିକାରୀ ସେମାନଙ୍କ ଦାୟିତ୍ୱରେ ଥିବା ଜିଲ୍ଲା ପରିଦର୍ଶନ କରି ତୃଣମୂଳ ସ୍ତରରେ ଚାଷ କାର୍ଯ୍ୟରେ ଉପୁଜୁଥିବା ସମସ୍ୟାର ସମାଧାନ କରିବା ପାଇଁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀର ଯୋଗାଣକୁ ନିଶ୍ଚିତ କରିବା ପାଇଁ ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ସୋସିଆଲ୍ ମିଡିଆର ବହୁଳ ଉପଯୋଗ କରି ଚାଷୀମାନଙ୍କୁ ସିଧାସଳଖ ସୂଚନା ପ୍ରଦାନ ଓ ପରାମର୍ଶ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ପ୍ରତି ପଂଚାୟତରେ ହ୍ୱାଟ୍‌ସ୍‌ଆପ୍ ଗ୍ରୁପ ଗଠନ କରି ଏଥିରେ ଅଧିକରୁ ଅଧିକ ଚାଷୀମାନଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ଡ଼ଃ ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ କୋଭିଡ଼୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୁରତ୍ୱ, ମାସ୍କ ପରିଧାନ ଏବଂ ସାନିଟାଇଜେସନ୍ କୁ କଡାକଡ଼ି ଭାବରେ ଅନୁପାଳନ କରିବାକୁ ମନ୍ତ୍ରୀ ଡ଼ଃ ସାହୁ କହିଥିଲେ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟଉତ୍ପାଦନର ନିର୍ଦ୍ଦେଶକ ଡ଼ଃ ଏମ୍‌. ମୁଥୁ କୁମାରଙ୍କ ସମେତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!