Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାନୀୟ ଜଳ ପ୍ରକଳ୍ପ ଗୁଡ଼ିକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ

by Anil Panda
May 12, 2020
in Planning and Development
ପାନୀୟ ଜଳ ପ୍ରକଳ୍ପ ଗୁଡ଼ିକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ
25
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ) : ବୃହତ୍ତ ପାନୀୟଜଳ ଯୋଗାଣ ପ୍ରକଳ୍ପ ବୈଠକ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପୁରୀ ଜିଲ୍ଲାର ସତ୍ୟବାଦୀ ବ୍ଲକ୍‌ର ୪୬ଟି ଗ୍ରାମକୁ ବୃହତ୍ତ ପାନୀୟ ଜଳ ପ୍ରକଳ୍ପ, କୃଷ୍ଣ ପ୍ରସାଦ ବ୍ଲକ୍‌ର ୯୯ଟି ଗ୍ରାମ, ବ୍ରହ୍ମଗିରି ବ୍ଲକ୍‌ର ୬୯ଟି ଗ୍ରାମ, କୃଷ୍ଣପ୍ରସାଦ ବ୍ଲକ୍‌ର ୭ଟି ପଞ୍ଚାୟତ, କଣାସ ବ୍ଲକ୍‌ର ୧୨୬ଟି ଗ୍ରାମ, ବ୍ରହ୍ମଗିରି ବ୍ଲକ୍‌ର ୧୮ଟି ଗ୍ରାମ, ସତ୍ୟବାଦୀ ବ୍ଲକ୍‌ର ୧୪ଟି ଗ୍ରାମକୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ତଥା ବ୍ରହ୍ମଗିରି, ଭଣ୍ଡାରୀକୁଦାର ଗୋବର୍ଦ୍ଧନପୁରଠାରେ ନିର୍ମାଣାଧୀନ ୫୯ଟି ଗ୍ରାମକୁ ବୃହତ୍ତ ପାନୀୟ ଜଳ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକୁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ଶ୍ରୀ ଦାସବର୍ମା ଗୁରୁତ୍ୱ ପ୍ରଦାନ କରିଛନ୍ତି । ଚିଲିକା ହ୍ରଦ ମଧ୍ୟରେ ଥିବା ମହିଷା ଓ ବ୍ରହ୍ମପୁର ଗ୍ରାମକୁ ସ୍ୱତନ୍ତ୍ର ପାନୀୟ ଜଳ ପ୍ରକଳ୍ପ ନିମନ୍ତେ ୨ କୋଟି ୯୪ ଲକ୍ଷ ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରକଳ୍ପ ଉପରେ ଶ୍ରୀ ଦାସବର୍ମା ଗୁରୁତ୍ୱ ପ୍ରଦାନ କରିଥିଲେ । ଏଥି ସହିତ ପୁରୀ ସଦର ବ୍ଲକ୍‌ର ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ଟି ପଞ୍ଚାୟତ ଏବଂ ପୁରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୯ଟି ପଞ୍ଚାୟତକୁ ବୃହତ୍ତ ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଇଦେବାକୁ ରାଜ୍ୟସ୍ତରୀୟ ମଞ୍ଜୁର ପାଇଁ ବୈଠକରେ ସବିଶେଷ ଆଲୋଚନା କରାଯାଇଥିଲା । ଏଥି ସହିତ ପୁରୀ ସଦର, ଗୋପ, ଡେଲାଙ୍ଗ, କାକଟପୁର ବ୍ଳକ୍‌ ଓ ଅସ୍ତରଙ୍ଗ ବ୍ଲକ୍‌ ତଥା ପୁରୀ ସଦର ବ୍ଲକ୍‌ରେ ବିଶୁଦ୍ଧ ପାନୀୟ ଜଳ ଆବଶ୍ୟକତାକୁ ଆଖି ଆଗରେ ରଖି ଏହାକୁ କାର୍ଯ୍ୟକାରୀ କରିବା ଦିଗରେ ଆଲୋଚନା କରାଯାଇଥିଲା । ଏଥି ସହିତ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକରେ ଶୌଚାଳୟ ଓ ପାନୀୟ ଜଳର ପର୍ଯ୍ୟାପ୍ତ ବ୍ୟବସ୍ଥା କରିବା ପାଇଁ ଶ୍ରୀ ଦାସବର୍ମା ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ବିଭାଗୀୟ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଶ୍ରୀ ବି. ପରମେଶ୍ୱରନ୍‌, ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଅଭୟ କୁମାର ବିଶ୍ୱାଳ, ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀ ସୁମନ୍ତ କୁମାର ହରିଚନ୍ଦନ, ନିର୍ବାହୀ ଯନ୍ତ୍ରୀ ଶ୍ରୀ ବସନ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!