Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମୁଦ୍ରିକ ଜୁଆରଠାରୁ ଚିଲିକାବାସୀଙ୍କ ସୁରକ୍ଷା ପାଇଁ ବନ୍ଧ ନିର୍ମାଣ ଉପରେ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ଗୁରୁତ୍ୱ

by ସଞ୍ଜୟ ସ୍ୱାଇଁ
October 4, 2021
in Feature News
ସାମୁଦ୍ରିକ ଜୁଆରଠାରୁ ଚିଲିକାବାସୀଙ୍କ ସୁରକ୍ଷା ପାଇଁ  ବନ୍ଧ ନିର୍ମାଣ ଉପରେ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ଗୁରୁତ୍ୱ
58
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପୁରୀ ଜିଲ୍ଲା ସଦର ବ୍ଲକ୍‌ ଅନ୍ତର୍ଗତ ମାଳିସାହି ନିକଟରେ ଭାର୍ଗବୀ ନଦୀ ଉପରେ ନିର୍ମାଣାଧୀନ ସେତୁ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବା ଉପରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଥିଲେ । ନିର୍ମାଣ କାର୍ଯ୍ୟକୁ ସମୟାନୁବନ୍ଧିତ ଭାବେ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓଡ଼ିଶା କନ୍‌ଷ୍ଟ୍ରକସନ୍‌ କର୍ପୋରେସନ୍‌ (ଓସିସି)ର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବ୍ରହ୍ମଗିରି ବ୍ଲକ୍‌ର ଆବଶ୍ୟକତାକୁ ଲକ୍ଷ୍ୟ କରି ସୁନାମୁଖୀ ନଦୀ ଉପରେ କଣ୍ଟ୍ରୋଲ ଷ୍ଟ୍ରକଚର ଏବଂ ବି୍ରଜ ନିର୍ମାଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ଏଥିପାଇଁ ୭ କୋଟି ଟଙ୍କାର ଖର୍ଚ୍ଚ ଆକଳନ କରାଯାଇଛି । ଚିଲିକା ଓ ସମୁଦ୍ରର ଝଡ଼ ଓ ଜୁଆର ପାଣିରେ କ୍ଷତିଗ୍ରସ୍ତ ହେଉଥିବା ଆଳୁପାଟଣା, ବାଘମୁଣ୍ଡା, ନୂଆଗାଁ, ସିପକୁଦା, ଅରକୁଦା, ସାନପାଟଣା, ମିର୍ଜାପୁର, ଗବଗୁଣ୍ଡୁ, ସିପବନ୍ଧ ଓ ମୋଟ ପର୍ଯ୍ୟନ୍ତ ଅଞ୍ଚଳର ସୁରକ୍ଷା ପାଇଁ ସ୍ଥାୟୀ ବ୍ୟବସ୍ଥା ଉପରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଥିଲେ । ଏଥି ନିମନ୍ତେ ନାବାର୍ଡ ସହାୟତାରେ ଲୁଣା ଜୁଆର ବନ୍ଧ ନିର୍ମାଣ ନିମନ୍ତେ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଜଳସଂପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ତିନୋଟି ପ୍ରକଳ୍ପ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଆରମ୍ଭ ଓ ଶେଷ କରିବା ଉପରେ ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ପ୍ରଦାନ କରିଛନ୍ତି । ଚିଲିକା ଓ ସମୁଦ୍ର ଦ୍ୱାରା କ୍ରମାଗତ ଜୁଆର ଓ ସାମୁଦି୍ରକ ଝଡ଼ ଦ୍ୱାରା ଆଳୁପାଟଣାଠାରୁ ମୋଟ ପର୍ଯ୍ୟନ୍ତ ତଟବର୍ତ୍ତୀ ଅଞ୍ଚଳ ବାରମ୍ବାର ପ୍ରଭାବିତ ହେଉଥିବାବେଳେ ଏକ ଦୀର୍ଘକାଳୀନ ଓ ସ୍ଥାୟୀ ଯୋଜନା ପ୍ରସ୍ତୁତ କରି ତୁରନ୍ତ କାର୍ଯ୍ୟାନ୍ୱୟନ ଉପରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱାରୋପ କରିଛନ୍ତି । ଏହି ବୈଠକରେ ଜଳସଂପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ୍‌), ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଡିଏ), ଜଳସଂପଦ ବିଭାଗର ପ୍ରମୁଖ ଯନ୍ତ୍ରୀ, ଡ୍ରେନେଜ୍‌ ଡିଭିଜନ୍‌ର ମୁଖ୍ୟ ଯନ୍ତ୍ରୀ, ବନ୍ୟା ନିୟନ୍ତ୍ରଣ ଓ ମହାନଦୀ ଅବବାହିକାର ମୁଖ୍ୟଯନ୍ତ୍ରୀ, ଜଳସଂପଦ ବିଭାଗର ମୁଖ୍ୟଯନ୍ତ୍ରୀ(ଡିଜାଇନ୍‌) ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!