Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ଛାଡ଼ି ନାବାଳିକାକୁ ନେଇ ସ୍ୱାମୀ ଫେରାର

by ସଞ୍ଜୟ ସ୍ୱାଇଁ
November 29, 2019
in Crime, Nayagarh, State
16
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନାବାଳିକାକୁ ନେଇ ସ୍ୱାମୀ ଫେରାର ହୋଇଯାଇଥିବା ବେଳେ ନ୍ୟାୟ ପାଇବା ପାଇ ଆଜି ଜଣେ ମହିଳା ପୁଲିସ ମୁଖ୍ୟାଳୟକୁ ଆସି ଅରକ୍ଷୀ ଅଧିକ୍ଷକଙ୍କ ଅନୁପସ୍ଥିତିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଛନ୍ତି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ବେଣାଗାଡ଼ିଆ ପଂଚାୟତ ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମର ପିତାମ୍ବର ମଲ୍ଲଙ୍କ ଝିଅ ମୋତିମାଳା ମଲ୍ଲ ଦୀର୍ଘଦିନ ତଳେ ଗଣିଆ ଥାନା ଅନ୍ତର୍ଗତ ବେଲପାଟଣା ଗ୍ରାମର ବିଭୂତି ଭୂଷଣ ଗଣ୍ଠିଆଙ୍କୁ ବିବାହ କରିଥିଲେ । ବିବାହର କିଛି ଦିନ ପରେ ସ୍ୱାମୀ, ଶାଶୁ, ଶ୍ୱସୁର ଏବଂ ନଣନ୍ଦମାନେ ଯୌତୁକ ନିର୍ଯ୍ୟାତନା ଦେଇଥିଲେ । ଏସମ୍ବନ୍ଧରେ ଗଣିଆ ଥାନାରେ ଏକ ମୋତିମାଳା ଅଭିଯୋଗ କରିବା ପରେ ଏକ ମାମଲା ରୁଜୁ ହୋଇଥିଲା । ମାତ ଏହାର କୈଣସି ସୁଫଳ ନମିଳିବାରୁ ଏହି ମାମଲା ଏବେ ଦଶପଲ୍ଲା କୋର୍ଟରେ ବିଚାରଧିନ ଅଛି । ବିଚାରଧିନ ଅବସ୍ଥା ଥିବା ବେଳେ ମୋତିଙ୍କ ସ୍ୱାମୀ ବିଭୂତି କାନପୁରଥାନା ଅନ୍ତର୍ଗତ ଏକ ଗ୍ରାମରୁ ଜଣେ ନାବାଳିକାକୁ ନେଇ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି । ଏଥିରେ ବିଭୂତିଙ୍କୁ ତାଙ୍କ ସାନ ଭଉଣୀ ସହଯୋଗ କରିଥିବା ନେଇ ମୋତି କହିଛନ୍ତି । ଅନ୍ୟପକ୍ଷେ ଏନେଇ ଆଜି ମୋତି ନୟାଗଡ଼ ଏସ.ପିଙ୍କ କାର୍ଯ୍ୟାଳୟକୁ ଆସିବା ବେଳକୁ ସେହି ବସରେ ଆସୁଥିବା ତାଙ୍କ ଶ୍ୱସୁର ତାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ସେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଅଭିଯୋଗ କରିଥିବା ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!