Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷୟିତ୍ରୀ ମମିତା ମେହର ନିଖୋଜ ମାମଲାରେ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା

by ସଞ୍ଜୟ ସ୍ୱାଇଁ
October 20, 2021
in State
ଶିକ୍ଷୟିତ୍ରୀ ମମିତା ମେହର ନିଖୋଜ ମାମଲାରେ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା
104
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହର ନିଖୋଜ ମାମଲାରେ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା ଦେଇଛି ବିଜେପି । ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ ଏହି ବନ୍ଦ ଡାକରା ଦିଆଯାଇଛି। ମମିତା ନିଖୋଜ ମାମଲା ପଛରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସ୍କୁଲ ମାଲିକ ଗୋବିନ୍ଦ ସାହୁଙ୍କର ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଘନିଷ୍ଠ ସମ୍ପର୍କ ଥିବା ଅଭିଯୋଗ ଆଣିଛି ବିଜେପି। ତେଣୁ ତାଙ୍କ ଇସ୍ତଫା ଦାବିକୁ ଜୋରଦାର୍ କରି ବନ୍ଦ ଡାକରା ଦେଇଛି ଜିଲ୍ଲା ବିଜେପି । ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଶିକ୍ଷା ଅନୁଷ୍ଠାନ ଓ କାର୍ୟ୍ୟାଳୟ ସହିତ ଦୋକାନ ବଜାର ଏବଂ ଗାଡ଼ି ଚଳାଚଳ ବନ୍ଦ କରିବାକୁ ଦଳ ନିବେଦନ କରିଛି। ଏହି ଘଟଣାର ସିବିଆଇ ତଦନ୍ତ କରି ଦୋଷୀକୁ ଧରିବାକୁ ଦାବି ଜଣାଇଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ଏ ନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ସମ୍ପୃକ୍ତ ବିଦ୍ୟାଳୟରେ ସେକ୍ସ ରାକେଟ ଚାଲୁଥିବା ନେଇ ହୋଇଥିବା ଅଭିଯୋଗର ତଦନ୍ତ ଦାବି ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ୍‌ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ବିରୋଧୀ ଦଳ ନେତା। ଏହାସହ ମନ୍ତ୍ରୀ ଗୃହ ବିଭାଗ ଦାୟିତ୍ୱରେ ଥିବାରୁ ତଦନ୍ତ ଠିକ୍ ଚାଲିପାରିବନି ବୋଲି ଲେଖିଛନ୍ତି ପ୍ରଦୀପ୍ତ । ଗତ ୮ ତାରିଖରେ ମହାଲିଙ୍ଗ ସନ୍‌ସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ଲୋକେ କେ.ଗାଁ ଥାନାରେ ଲିଖିତ ଅଭିଯୋଗ କରିବାକୁ ଯାଇଥିଲେ। ମାତ୍ର ପୁଲିସ ଅଭିଯୋଗକୁ ଗ୍ରହଣ କରିନଥିଲା। ସିନ୍ଧେଇକେଲା ଥାନାରେ ଲିଖିତ ଅଭିଯୋଗ କରିବାକୁ ପୁଲିସ ପରାମର୍ଶ ଦେଇଥିଲା। ଏହା ପରେ ୧୩ ତାରିଖରେ ସିନ୍ଧେଇକେଲା ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକେ। ସନ୍‌ସାଇନ ପବ୍ଲିକ୍ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ସେମାନ ଝିଅକୁ ଅପହରଣ କରିଥିବା ଅଭିଯୋଗ କରିଥିଲେ। ଏହା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପୁଲିସ ୧୪ ତାରିଖରେ ଗୋବିନ୍ଦ ସାହୁକୁ ଉଠାଇ ଆଣିଥିଲା। ମାତ୍ର ସୋମବାର ହାତ ଧୋଇବାକୁ ଯାଇ ପୁଲିସକୁ ଚକ୍‌ମା ଦେଇ ଖସି ଯାଇଥିଲା ଗୋବିନ୍ଦ। ଏହା ପରେ ପୁଲିସର ପାରିବା ପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ପୁଲିସ ନାନା ସମାଲୋଚନାର ଶିକାର ହୋଇଥିଲା। ଶେଷରେ ପୁଲିସ ସନ୍‌ସାଇନ୍‌ ସ୍କୁଲର ପ୍ରିନ୍ସିପାଲ୍‌ ଓ ଅନ୍ୟ ଦୁଇ କର୍ମଚାରୀଙ୍କୁ ଜେରା କରିଥିଲା। ଜେରା ପରେ ପୁଲିସକୁ ମିଳିଥିଲା ବହୁ ତଥ୍ୟ। ସେହି ତଥ୍ୟ ଆଧାରରେ ପୁଲିସ ମହାଲିଙ୍ଗର ନିର୍ମାଣାଧୀନ ଷ୍ଟାଡିୟମରେ ଖୋଳିଥିଲା। ଆଉ ପାଇଥିଲେ ଏକ ପୋଡ଼ା ମୃତଦେହ। ଏଥିସହ ପାଉଁଜି, ସୁନା ଚେନ୍‌ ଓ ବ୍ୟାଗ ମିଳିଥିଲା। ଏ ସବୁ ସାମଗ୍ରୀ ମମିତାର ବୋଲି ପରିବାର ଲୋକେ ଚିହ୍ନିଛନ୍ତି। ହେଲେ ଏନେଇ ପୁଲିସ୍‌ ପକ୍ଷରୁ ବିଧିବଦ୍ଧ ଭାବେ କିଛି ଘୋଷଣା କରାଯାଇ ନାହିଁ। ମୃତଦେହକୁ ଚିହ୍ନଟ କରିବା କଷ୍ଟକର ହେଉଥିବାରୁ ଡିଏନଏ ଟେଷ୍ଟ କରାଯିବ ବୋଲି ପୁଲିସ୍‌ ପକ୍ଷରୁ କୁହାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେଉଁ ପଡ଼ିଆରୁ ଗତକାଲି ଦଗ୍ଧ ମୃତଦେହ ଉଦ୍ଧାର ହୋଇଥିଲା ସେହି ପଡ଼ିଆରେ ଷ୍ଟାଡିୟମ୍‌ ନିର୍ମାଣ କରିବାର ଦାୟିତ୍ୱ ନେଇଥିଲା ଗୋବିନ୍ଦ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!