ଭୁବନେଶ୍ୱର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ନରଣପୁରରେ ଅଘଟଣ । ପୋଖରୀରେ ଗାଧୋଉଥିବା ବେଳେ ୧୦ ଶ୍ରେଣୀ ଛାତ୍ର ବୁଡ଼ି ଯାଇ ନିଖୋଜ ହୋଇଛନ୍ତି । ନିଖୋଜ ଛାତ୍ର ଜଣଙ୍କ ଟାଙ୍ଗରିଆପାଳ ଅଞ୍ଚଳ ସମୀର ବେହେରା ବୋଲି ଜଣାପଡିଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଛନ୍ତି । ସୂଚନା ମୁିତାବକ, ସମୀର ତାଙ୍କ ଘର ଲୋକଙ୍କ ସହିତ କେନ୍ଦୁଝର ନରଣପୁର ରତ୍ନାସାହିରେ ରହୁଥିବା ଭଉଣୀଙ୍କ ଘରକୁ ଆସିଥିଲେ । ରବିବାର ସକାଳ ସମୟରେ ସେ ଗାଁ ପାଖରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଯାଇଥିବା ମାଆ କହିଛନ୍ତି । ଏହାପରେ ତୁରନ୍ତ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ବର୍ତ୍ତମାନ ଯାଏଁ ସମୀରଙ୍କ କୌଣସି ପତ୍ତା ମିଳିନାହିଁ ।