Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲାରେ ଖୋଲୁଛି ଗୁମର, ମହିଳା କମିଶନ ନିଜ ଆଡୁ ରୁଜୁ କଲା ମାମଲା

by ସଞ୍ଜୟ ସ୍ୱାଇଁ
August 10, 2023
in Crime, State
ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲାରେ ଖୋଲୁଛି ଗୁମର, ମହିଳା କମିଶନ ନିଜ ଆଡୁ ରୁଜୁ କଲା ମାମଲା
143
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କଲେଜ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା। ଘଟଣାକୁ ଗୁରୁତର ନେବା ସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ଏହାସହ ମହିଳା କମିଶନ ଭୁବନେଶ୍ୱର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୧୫ଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁକୁ ନେଇ ଖୋଲିବାରେ ଲାଗିଛି ଗୋଟେ ପରେ ଗୋଟେ ଗୁମର। ଶୁଭଲକ୍ଷ୍ମୀଙ୍କ ପୂର୍ବତନ ପ୍ରେମିକ ଏମ୍‌ଏମ୍‌ଏସ୍‌ (MMs) ସୁଟିଂ କରି ସୋଶାଲ ମିଡିଆରେ ଭାଇରାଲ କରିବା ଯୋଗୁ ସେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ଜଣାପଡ଼ିଛି। ତେବେ ଏହି MMs କେଉଁଠୁ ସୁଟିଂ କରାଯାଇଥିଲା, ଏହି ଘଟଣାରେ କେଉଁମାନେ ସଂପୃକ୍ତି ରହିଛି ସେନେଇ ପୁଲିସ ଖୋଳତାଡ଼ ଆରମ୍ଭ କରିଛି। ସେହିପରି ପୁଲିସ ଶୁଭଲକ୍ଷ୍ମୀଙ୍କ ଫୋନ୍ କଲ୍ ରେକର୍ଡକୁଛାନଭିନ୍ କରୁଛି। ମୃତ୍ୟୁ ଦିନ କାହା ସହ କଥା ହୋଇଥିଲେ ? ଗତ ଦୁଇ ମାସ ମଧ୍ୟରେ କାହାକୁ କଲ୍ କରିଥିଲେ ଓ କାହାକୁ ମେସେଜ୍ କରିଥିଲେ, ସେ ସବୁକୁ ତନ୍ନ ତନ୍ନ କରି ପୁଲିସ ଯାଞ୍ଚ କରୁଛି। ଶୁଭଲକ୍ଷ୍ମୀ ଜଣେ ପୁରୁଷ ବନ୍ଧୁଙ୍କ ସହ ସମ୍ପର୍କରେ ଆସିବା ପରେ ସେ ବିଭିନ୍ନ ବାରରେ କାମ କରୁଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛିା ଏହାସହ ଶୁଭଲକ୍ଷ୍ମୀ କମଳା ନେହରୁ କଲେଜରେ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇଥିଲେ । କିନ୍ତୁ ଦ୍ୱିତୀୟ ବର୍ଷରେ ଫର୍ମ ଫିଲପ୍ କରିନଥିବା କଲେଜ୍ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଶନିବାର ଦିନ ଶୁଭଲକ୍ଷ୍ମୀଙ୍କ ଝୁଲନ୍ତା ମୃତଦେହ ହୋଟେଲରୁ ଉଦ୍ଧାର କରାଯାଇଥିଲା। ଆଜିକୁ ୫ ଦିନ ବିତି ଯାଇଥିଲେ ମଧ୍ୟ ଶୁଭଲକ୍ଷ୍ମୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ଜଣାପଡ଼ି ନାହିଁ। ପୁଲିସ ଏହି ଶୁଭଲକ୍ଷ୍ମୀ ପରିବାର ଲୋକଙ୍କ ସମେତ୧୨ ଜଣଙ୍କୁ ପଚରାଉଚରା କରିସାରିଲାଣି। ଏପରିକି ଶୁଭଲକ୍ଷ୍ମୀଙ୍କୁ ବନ୍ଧୁଙ୍କୁ ମଧ୍ୟ ପଚରାଉଚରା କରି ସାରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!