Sunday, November 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ବିକ୍ରମ ସେନାପତି ଓ ଦିଲ୍ଲୀପ କୁମାର ବିଶୋୟୀ

by Anil Panda
September 9, 2020
in Feature News
ରାଜ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ବିକ୍ରମ ସେନାପତି ଓ ଦିଲ୍ଲୀପ କୁମାର ବିଶୋୟୀ
200
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ସୂଚନା କମିଶନର ଭାବେ ଶ୍ରୀ ବିକ୍ରମ ସେନାପତି ଓ ଶ୍ରୀ ଦିଲ୍ଲୀପ କୁମାର ବିଶୋଇ ଆଜି ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଶେୀ ଲାଲ ସୂଚନା କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଛନ୍ତି । ଆଜି ଅପରାହରେ ରାଜଭବନର ଅଭିଷେକ ହଲ୍‌ରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ଆରମ୍ଭରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା କମିଶନରଙ୍କ ନିଯୁକ୍ତି ସଂପର୍କିତ ରାଜ୍ୟପାଳଙ୍କ ନିର୍ଦ୍ଦେଶନାମା ପାଠ କରିବା ପରେ ମାନ୍ୟବର ରାଜ୍ୟପାଳ ନୂତନ କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଥିଲେ । ଏହି ଶପଥ ଗ୍ରହ କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଶ୍ରୀ ସୁନୀଲ କୁମାର ମିଶ୍ର, ରାଜ୍ୟ ସୂଚନା କମିଶନର ଶ୍ରୀ ବାଳକୃଷ୍ଣ ମହାପାତ୍ର, ରାଜ୍ୟପାଳଙ୍କ ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା, ରାଜ୍ୟପାଳଙ୍କ ଅତିରିକ୍ତ ଶାସନ ସଚିବ ଶ୍ରୀ ଚିତ୍ତରଞ୍ଜନ ମହାନ୍ତି ଏବଂ ବ୍ୟକ୍ତିଗତ ସଚିବ ଶ୍ରୀ ହିମାଂଶୁ ନାରାୟଣ ପଟ୍ଟନାୟକ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଅନ୍ୟାନ୍ୟ ବିଶିଷ୍ଟ ଅତିଥିବୃନ୍ଦ, ରାଜ୍ୟପାଳଙ୍କ ସଚିବାଳୟ ତଥା ସୂଚନା ଓ ଲୋକସଂପର୍କ ବିଭାଗର ବରିଷ୍ଠ ପଦାଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!