Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୦ ଟଙ୍କା ପାଇଁ ଜୀବନ ହାରିଲେ

by ସଞ୍ଜୟ ସ୍ୱାଇଁ
July 2, 2022
in Crime, State
କୋଭିଡ୍ ପ୍ରଭାବରେ ଚାଷୀଙ୍କଠୁ ଅଧିକ ଆତ୍ମହତ୍ୟା କରୁଛନ୍ତି ବ୍ୟବସାୟୀ
70
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ୧୦୦ ଟଙ୍କା ପାଇଁ ଜୀବନ ହାରିଲେ । ମଦ ପିଇବାକୁ ସ୍ତ୍ରୀ ଟଙ୍କା ନଦେବାରୁ ସ୍ବାମୀ ଆତ୍ମହତ୍ୟା କରଥିବା ଅଭିଯୋଗ ହୋଇଛି । ସମ୍ବଲପୁର ଜିଲ୍ଲା ହୀରାକୁଦରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ସମ୍ବଲପୁର ହୀରାକୁଦ ବନ୍ଧପଡାର କାର୍ତ୍ତିକ ଖଟୁଆ ନାମକ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଶୁକ୍ରବାର ରାତିରେ କାର୍ତ୍ତିକ ନିଜ ସ୍ତ୍ରୀଙ୍କୁ ମଦ ପିଇବାକୁ ୧୦୦ ଟଙ୍କା ମାଗିଥିଲେ । ସ୍ତ୍ରୀଙ୍କ ପାଖରେ ମୋଟ୍ ୩ଶହ ଟଙ୍କା ଥିବାବେଳେ ଏହି ଟଙ୍କାରେ ଘର ଚଳିବ କହି ଦେଇନଥିଲେ । ଫଳରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା । ତେବେ ସ୍ବାମୀ କାର୍ତ୍ତିକ ଖଟୁଆ ରାଗିଯାଇ କବାଟ ବନ୍ଦ କରି ଦଉଡି ଦେଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ତାଙ୍କ ପୁଅ ଦଉଡି କାଟି ମୃତଦେହ ତଳକୁ ଓହ୍ଲାଇଥିଲେ । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!