ପୁରୀ, (ବାଘୁଆବାର୍ତ୍ତା): ହୋଟେଲରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ। ପୁରୀର ସିଟି ରୋଡ ସ୍ଥିତ ଏକ ଘରୋଇ ହୋଟେଲରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଉଭୟ ବିଷ ପାନ କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଉଭୟଙ୍କୁ ହୋଟେଲ କର୍ତ୍ତୃପକ୍ଷ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ତେବେ ପ୍ରେମିକର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାକୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସମୁଦ୍ର କୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।





