Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପତ୍ନୀଙ୍କ ତଣ୍ଟି ଚିପି ସେଲଫି ଉଠାଇଲେ ଯୁବକ, ପରେ ନିଜ ଜୀବନ ହାରିଲେ

by ସଞ୍ଜୟ ସ୍ୱାଇଁ
May 18, 2024
in Crime, NATIONAL NEWS
ପତ୍ନୀଙ୍କ ତଣ୍ଟି ଚିପି ସେଲଫି ଉଠାଇଲେ ଯୁବକ, ପରେ ନିଜ ଜୀବନ ହାରିଲେ
105
VIEWS
Share on FacebookShare on Twitter

ଉତ୍ତରପ୍ରଦେଶ, (ବାଘୁଆବାର୍ତ୍ତା): ପାରିବାରିକ କଳହ ନେଲା ଉଗ୍ର ରୂପ । ପତ୍ନୀଙ୍କ ଚାକିରିକୁ ନେଇ ଆରମ୍ଭ ହେଲା ଉଚ୍ଚବାଚ । ଏଥିରେ ନିୟନ୍ତ୍ରଣ ହରାଇ ପତିଜଣକ ପତ୍ନୀଙ୍କ ତଣ୍ଟି ଚିପି ହତ୍ୟା କଲେ। ଏହାପରେ ପତ୍ନୀଙ୍କ ମୃତଦେହ ସହ ସେଲଫି ଉଠାଇଲେ। ପରେ ଉକ୍ତ ରୁମ୍‌ରେ ନିଜେ ବି ଝୁଲି ପଡ଼ିଲେ। ଏପରି ଏକ ସାଂଘାତିକ ଘଟଣା ଉତ୍ତରପ୍ରଦେଶର ଗାଜିଆବାଦରେ ଘଟିଛି। ଏହି ପତିପତ୍ନୀ ଇଟୱା ଅଞ୍ଚଳର ହୋଇଥିବା ବେଳେ ଗାଜିଆବାଦରେ ରହୁଥିଲେ। ବ୍ୟକ୍ତିଜଣକ ସ୍ଥାନୀୟ ଅଞ୍ଚଳରେ କାମ କରୁଥିବା ବେଳେ ତାଙ୍କ ପତ୍ନୀ ନୋଏଡାର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ପତ୍ନୀଙ୍କ ଚାକିରିକୁ ନେଇ ଉଭୟଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ବ୍ୟକ୍ତିଜଣକ ଏକ ସ୍କାର୍ପ ସାହାଯ୍ୟରେ ପତ୍ନୀଙ୍କ ତଣ୍ଟି ଚିପି ଦେଇଥିଲେ। ଫଳରେ କିଛି ସମୟ ମଧ୍ୟରେ ତାଙ୍କ ଶରୀର ନିଶ୍ଚଳ ହୋଇ ଯାଇଥିଲା। ପରେ ସେ ପତ୍ନୀଙ୍କ ମୃତଦେହ ସହ ସେଲଫି ଉଠାଇଥିଲେ। ଏହାକୁ ସେ ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ। ଏହାଦେଖି ବ୍ୟକ୍ତିଙ୍କ ସାନ ଭାଇ ତାଙ୍କ ଭାଇଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ତାହା ସମ୍ଭବପର ହୋଇ ନ ପାରିବାରୁ ସେ ତୁରନ୍ତ ଘଟଣାସ୍ଥଳକୁ ଯାଇଥିଲେ। ମାତ୍ର ପହଞ୍ଚିବା ପରେ ଯାହା ଦେଖିଥିଲେ ତାଙ୍କ ପାଦ ତଳୁ ମାଟି ଖସି ଯାଇଥିଲା। କାରଣ ଚଟାଣରେ ଭାଉଜଙ୍କ ମୃତଦେହ ପଡ଼ିଥିବା ବେଳେ ଭାଇର ମୃତଦେହ ଝୁଲନ୍ତା ଅବସ୍ଥାରେ ଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉଭୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!