Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଦ ଘରୁ ମିଳିଛି ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
July 15, 2021
in Crime, State
ବନ୍ଦ ଘରୁ ମିଳିଛି ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ
111
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଦମ୍ପତ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ବନ୍ଦ ଘରୁ ମିଳିଛି ଉଭୟଙ୍କ ମୃତଦେହ । ଏଭଳି ହୃଦୟ ବିଦାରକ ଦୃଶ୍ୟ ଯାଜପୁର ଜିଲ୍ଲା ବିଂଝାରପୁର ଥାନା ପ୍ରୀତିପୁର ପଞ୍ଚାୟତ ସୁନ୍ଦରପୁର ଗାଁରେ ଠାବ ହୋଇଛି । ମୃତ୍ୟୁର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ମୃତ ଦମ୍ପତ୍ତିଙ୍କର ବର୍ଷକ ତଳେ ବିବାହ ହୋଇଥିଲା । କୌଣସି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦମ୍ପତ୍ତିଙ୍କ ମୃତଦେହ ଜବତ କରିବା ସହ ଘଟଣାର ଛାନଭିନ୍ ଜାରି ରଖିଛି । ବିଂଝାରପୁର ଥାନା ଉତ୍ତରକୂଳ ପଞ୍ଚାୟତ ସୁନ୍ଦରପୁର ଗ୍ରାମର ଦୀପକ କୁମାର ନାଥ ଯାଜପୁର ଟାଉନ ଥାନା ଖଣ୍ଡରା ଗ୍ରାମର ଅନିଶା ନାଥଙ୍କୁ ଗତ ବର୍ଷ ଜୁଲାଇ ୬ରେ ବିବାହ ହୋଇଥିଲା। ଦୀପକ ହାଇଦ୍ରାବାଦରେ କାର୍ୟ୍ୟ କରୁଥିବା ବେଳେ କରୋନା ପାଇଁ ଭଲ ରୋଜଗାର ନଥିଲା । ଅନ୍ୟପଟେ ବୋହୂ ଅନିଶାଙ୍କୁ ତାଙ୍କ ଶାଶୁ ଓ ନଣନ୍ଦ ନିର୍ୟାତନା ଦେଉଥିବା ଝିଅର ବାପ ଘର ଲୋକ କହିଛନ୍ତି । ଅନିଶା ୬ ମାସ ‌ହେଲା ବାପ ଘରେ ରହୁଥିଲେ। ଗତ ୧୧ ତାରିଖରେ ଦୀପକ ଘରକୁ ଫେରିଥିବା ବେଳେ ଅନିଶା ମଧ୍ୟ ଶାଶୁଘରକୁ ଆସିଥିଲେ। ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଭଲ ସଂପର୍କ ଥିବା ଉଭୟ ପରିବାର କହିଛନ୍ତି । ପାରିବାରିକ କଳହ ଓ ଆର୍ଥିକ ଅଭାବରୁ ଏପରି କରାଯାଇଥିବା ପୋଲିସ ଅନୁମାନ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!