Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମରେ ବିଫଳ ହେବାରୁ ପୋକମରା ଔଷଧ ଖାଇ ଜୀବନ ହାରିଲେ ଯୁବକ

by ସଞ୍ଜୟ ସ୍ୱାଇଁ
July 18, 2021
in Crime, State
ପ୍ରେମରେ ବିଫଳ ହେବାରୁ ପୋକମରା ଔଷଧ ଖାଇ ଜୀବନ ହାରିଲେ ଯୁବକ
49
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ବିରାଗାଡ଼ା ଗ୍ରାମରେ ଅଘଟଣ । କୋବି ପୋକମରା (କୀଟନାଶକ) ଔଷଧ ଖାଇ ଜଣେ ଯୁବକର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଯୁବକ ଜଣକ ହେଲେ ବିରାଗାଡ଼ା ଗ୍ରାମର କର୍ମଦୂତ ବଳିଆରସିଂଙ୍କ ୧୯ ବର୍ଷୀୟ ପୁଅ କର୍ଣ୍ଣ ବଳିଆରସିଂ।  ଘରେ ଥିବା କୋବି ପୋକମରା ଔଷଧ ଖାଇଦେଇ ଗୋରୁ ଚରାଇବାକୁ ଜଙ୍ଗଲକୁ ଚାଲିଯାଇଥିଲା । ଆଉ କିଛି ସମୟ ପରେ ଘରକୁ ଫେରିଥିବା ବେଳେ କର୍ଣ୍ଣଙ୍କ ପାଟିରୁ ରକ୍ତ ଲାଳ ବାହାରୁଥିବା ଦେଖି ମାଆ ସନ୍ଦେହ କରି ତୁରନ୍ତ ଦାରିଙ୍ଗବାଡି ମେଡିକାଲକୁ ଆଣି କର୍ଣ୍ଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ହେଲେ ଚିକିତ୍ସିତ ଅବସ୍ଥାରେ କର୍ଣ୍ଣର ମୃତ୍ୟୁ ହୋଇଥିବା ଜଣାପଡିଛି । ଦାରିଙ୍ଗବାଡି ପୋଲିସ ମୃତଦେହ ବ୍ୟବଛେଦ ପାଇଁ ପଠାଇ ତଦନ୍ତ କରୁଛି । ତେବେ ମୃତ ଯୁବକ ଜଣକ ପ୍ରେମରେ ବିଫଳ ହେବା ପରେ ଏପରି କରିଥିବା ଜଣାପଡିଛି । ଯେଉଁ ଯୁବତୀକୁ କର୍ଣ୍ଣ ଭଲ ପାଉଥିବା ବେଳେ ଯୁବତୀ ଜଣକ କୁଆଡେ ମନା କରି ଦେଇଥିଲା। ଫଳରେ ପ୍ରେମରେ ବିଫଳ ହୋଇ କର୍ଣ୍ଣ ଏଭଳି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!