ବାଲିଗୁଡ଼ା, (ବାଘୁଆବାର୍ତ୍ତା): ସିଆରପିଏଫ୍ ଯବାନଙ୍କ ଆତ୍ମହତ୍ୟା । କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଅବସ୍ଥିତ ସିଆରପିଏଫ୍ର ୨୧୭ ବାଟାଲିୟନ୍ର ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି । ପୋଲିସ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସିଆରପିଏଫ୍ର ୧୨୭ ବାଟାଲିୟନ୍ରେ ଜଣେ ସିଆରପିଏଫ୍ ଯବାନ ଆତ୍ମହତ୍ୟା କରିଛନ୍ତି । ଶୁକ୍ରବାର ରାତିରେ ପାଇଖାନା ଭିତରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ନେଇ ବାଲିଗୁଡ଼ା ଥାନାରେ ଅଭିଯୋଗ ହୋଇଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ପଠାଯାଇଛି । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । ତେବେ ଏବେ ଯାଏଁ ମୃତ ଯବାନଙ୍କ ପରିଚିୟ ମିଳିଛି । କେରଳ ରାଜ୍ୟ କାଟକାତା ଥାନା ଅଞ୍ଚଳର ରମେଶ ସିଏଲ୍ ବୋଲି ଜଣାପଡିଛି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।





