ଆଠମଲ୍ଲିକ, (ବାଘୁଆବାର୍ତ୍ତା): ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ତୁରୁଡ଼ା ଉଚ୍ଚ ପ୍ରାଥମିକ ସ୍କୁଲରେ ଅଭାବନୀୟ ଘଟଣା । ବିଦ୍ୟାଳୟ କ୍ଲାସରୁମ୍ ଭିତରେ ପ୍ରଧାନଶିକ୍ଷକଙ୍କ ଆତ୍ମହତ୍ୟା । ମୃତ ପ୍ରଧାନ ଶିକ୍ଷକ ଜଣଙ୍କ ହେଲେ ହୃଷିକେଶ୍ ସାହୁ । ଖବର ଅନୁଯାୟୀ, ହୃଷିକେଶଙ୍କ ଘରେ ନିକଟସ୍ଥ ନତଡ଼ା ଗାଁରେ । ସେ ଗତ ତିନି ବର୍ଷ ହେବ ଉକ୍ତ ବିଦ୍ୟାଳୟରେ ଶିକ୍ଷକତା କରି ଆସୁଥିଲେ । ତେବେ ଆଜି ସକାଳୁ କିଛି ପିଲା କ୍ଲାସରୁମ୍କୁ ଆସିଥିଲେ ।ଏହି ସମୟରେ ସାର୍ଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ । ଏହାପରେ ତୁରନ୍ତ ଗ୍ରାମବାସୀଙ୍କୁ ଖବର ଦେଇଥିଲେ । ଗ୍ରାମବାସୀ ଆସି ଶିକ୍ଷକଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ତେବେ ଏବେ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ପୋଲିସର ତଦନ୍ତ ଏବଂ ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ଆତ୍ମହତ୍ୟାର ସଠିକ୍ କାରଣ ଜଣାପଡିବ ବୋଲି ଆଶା କରାଯାଉଛି । ପ୍ରଧାନ ଶିକ୍ଷକଙ୍କ ଅକାଳ ବିୟୋଗରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।





