Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଷ୍ଟେଲ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
March 12, 2023
in Crime, State
ହଷ୍ଟେଲ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
264
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ନୂଆ ଛାତ୍ରାବାସରେ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ପରିଚୟ ତାରିଣୀ ପ୍ରସାଦ ବିଶ୍ୱାଳ। ସେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଆଇଆର ଏଣ୍ଡ ପିଏମ ବିଭାଗର ପ୍ରଥମ ବର୍ଷରେ ପଢ଼ୁଥିଲେ। ଜଗତସିଂପୁର ଜିଲ୍ଲାର ତିର୍ତ୍ତୋଲରେ ତାଙ୍କ ଘର। ମୃତ ଛାତ୍ର ଜଣଙ୍କ ୧୦୨ ନମ୍ବର ରୁମ୍‌ରେ ରହୁଥିଲେ। ତାରିଣୀଙ୍କୁ ରାତିରେ ଅନ୍ୟଛାତ୍ରମାନେ ନପାଇବାରୁ ତାଙ୍କ ରୁମ୍ କବାଟ ବାଡ଼େଇ ଥିଲେ। ପରେ ସେ ଶୋଇଥିବ ଭାବି ଚାଲିଯାଇଥିଲେ। ପୁଣି ମଧ୍ୟାହ୍ଣରେ ତାରଣୀଙ୍କ ରୁମ୍‌ରୁ ଦୁର୍ଗନ୍ଧ ହେବାରୁ ପଛପଟ ରୁମ ଝରକା ପଟେ ଦେଖିଥିଲେ । ପରେ ତାରିଣୀଙ୍କ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ।

ପରେ ଏନେଇ ହଷ୍ଟେଲ୍ କର୍ତ୍ତୃପକ୍ଷଙ୍କୁ ଛାତ୍ରମାନେ ଜଣାଇଥିଲେ। ଖବର ପାଇ ହଷ୍ଟେଲ ୱାଡେନ ପ୍ରଫେସର ସୁଶାନ୍ତ କୁମାର ବରାଳ, ସୁପରଟେଣ୍ଟ ଡଃ ପଦ୍ମନାଭ ସାମନ୍ତ, କୁଳ ସଚିବ ସଚ୍ଚିତାନନ୍ଦ ନାୟକ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ୱାଡେନ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ଅଭିଯୋଗ ନମ୍ବର ୦୨/୨୩ ମୂଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଛାତ୍ରଙ୍କ ମୃତ ଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ମୃତ ତାରିଣୀ ଜଣେ ଭଲ ଛାତ୍ର ଓ ମେଳାପୀ ହୋଇଥିବା ବେଳେ ଜଣେ ଭଲ ଗୀତକାର ଭାବେ ପରିଚିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!