Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା

by ସଞ୍ଜୟ ସ୍ୱାଇଁ
October 23, 2021
in Health, State
ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା
195
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା । ଡେକ୍ସଟ୍ରୋ-ଟ୍ରାନ୍ସପୋଜିସନ୍ ଅଫ୍ ଦି ଗ୍ରେଟ୍ ଆର୍ଟେରୀଜ୍ (ଡି-ଟିଜିଏ)ଭଳି ହୃଦରୋଗ ସହିତ ଜନ୍ମ ନେଇଥିବା ଶିଶୁଟିକୁ ସୁସ୍ଥ କରିପାରିଛନ୍ତି ସମ୍ କାର୍ଡିଓଲୋଜିଷ୍ଟ । ମାତ୍ର ୨.୩ କେଜି ଓଜନ ଓ ୫୦ ରୁ କମ୍ ପ୍ରତିଶତ ଅମ୍ଳଜାନ ସ୍ତର ଥିବା ନବଜାତ ଶିଶୁ କନ୍ୟାଟି ସମ୍ ହସ୍ପିଟାଲର ଏର୍ମଜେନ୍ସିରେ ପହଂଚିବା ପରେ ତା’ର ଅମ୍ଳଜାନ ସ୍ତର ଲଗାତାର କମୁଥିବା ଦେଖି ତୁରନ୍ତ ନବଜାତ ଶିଶୁ ଆଇସିୟୁରେ ଭର୍ତି କରାଯାଇଥିଲା ବୋଲି ହୃଦରୋଗ ବିଶେଷଜ୍ଞ ଡାକ୍ତର ଦିବ୍ୟ ରଞ୍ଜନ ବେହେରା କହିଛନ୍ତି । ଡି-ଟିଜିଏ ଏକ ଜନ୍ମଗତ ତ୍ରୁଟି ଯେଉଁଥିରେ ହୃତପିଣ୍ଡରୁ ରକ୍ତ ସଂଚାଳନ କରୁଥିବା ଦୁଇଟି ମୁଖ୍ୟ ଆର୍ଟେରୀ, ପଲମୋନାରୀ ଆର୍ଟେରୀ ଏବଂ ଆଓର୍ଟା ନିଜର ସ୍ଥାନ ପରିବର୍ତନ କରିଥାନ୍ତି । ଡାକ୍ତର ବେହେରା କହିଛନ୍ତି ଯେ ସେ ଏବଂ ତାଙ୍କ ଟିମ୍ ଜରୁରୀକାଳୀନ ବେଲୁନ୍ ଆଟ୍ରିଆଲ୍ ସେପ୍ଟୋଷ୍ଟୋମି (ବାସ) ସହିତ ପାଟେଂଟ ଡକ୍ଟସ୍ ଆର୍ଟେରୀଓସସ୍ (ପିଡିଏ) ଷ୍ଟେଂଟିଙ୍ଗ୍ ମଧ୍ୟ କରିଥିଲେ । ବାସ୍ ଦ୍ୱାରା ହୃତ୍ପିଣ୍ଡରେ ଏକ ଛିଦ୍ର ସୃଷ୍ଟି କରାଯାଇଥିଲା ଏବଂ ପିଡିଏସ୍ ଷ୍ଟେଂଟିଙ୍ଗ୍ ଦ୍ୱାରା ଦୁଇଟି ମୁଖ୍ୟ ରକ୍ତ ନଳୀ ଆଓର୍ଟା ଏବଂ ପଲମୋନାରୀ ଆର୍ଟେରୀକୁ ସଂଯୋଗ କରାଯାଇ ପାରିଥିଲା ବୋଲି ଡାକ୍ତର ବେହେରା କହିବା ସହ ଏହା ଦ୍ୱାରା ଶିଶୁର ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଥିଲା ଏବଂ ତା’ର ଅମ୍ଳଜାନ ସ୍ତର ୪୦ ପ୍ରତିଶତରୁ ୯୫ ପ୍ରତିଶତ ବୃଦ୍ଧି ପାଇଥିଲା ବୋଲି ସେ କହିଥିଲେ । ଶିଶୁଟିକୁ ଭେଂଟିଲେଟରରେ ରଖାଯିବା ସହ ତା’ର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ହେବା ଯାଏ ୭ ଦିନ ପର୍ୟ୍ୟନ୍ତ ଏନଆଇସିୟୁରେ ରଖାଯାଇଥିଲା । ଏନଆଇସିୟୁର ଡାକ୍ତର ଜଗଦୀଶ ସାହୁ ଏବଂ ଡାକ୍ତର ଅଭିଲିପସା ଆଚାର୍ୟ୍ୟ ଏବଂ ତାଙ୍କ ଡାକ୍ତରୀ ଟିମ୍ ଶିଶୁଟିକୁ ସୁସ୍ଥ କରାଇବାରେ ସମସ୍ତ ଯତ୍ନ ନେଇଥିଲେ । ଶିଶୁଟି ସୁସ୍ଥ ହେବା ପରେ ତାକୁ ଥିରୁଭାନନ୍ତପୁରମ୍ ସ୍ଥିତ ଶ୍ରୀ ଚିତ୍ରା ତିରୁନାଲ୍ ଇନ୍ଷ୍ଟିଚ୍ୟୁଟ୍ ଫର୍ ମେଡିକାଲ୍ ସାଇନସେସ୍ ଆଣ୍ଡ ଟେକ୍ନୋଲୋଜିକୁ ସ୍ଥାନାନ୍ତର କରାଯାଇଥିଲା । ଯେଉଁଠାରେ ତା’ର ଆଉ ଏକ ଅସ୍ତ୍ରୋପଚାର ମଧ୍ୟ କରାଯାଇଛି । ଆମ ରାଜ୍ୟରେ ହୁଏତ ପ୍ରଥମ ଥର ପାଇଁ ଏଭଳି ନବଜାତ ଶିଶୁର ହୃତ ଚିକିତ୍ସା କରାଯାଇଥିବା ଡାକ୍ତର ବେହେରା କହିଛନ୍ତି । ଡି-ଟିଜିଏ ରୋଗ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି ଯେ ଏହା ଏକ ଜୀବନ ହାନିକାରକ ଜନ୍ମଗତ ହୃଦ୍ରୋଗ ଯାହାକି ଜନ୍ମ ହେବାର କିଛି ଦିନ ମଧ୍ୟରେ ଦେଖାଦେଇଥାଏ । ଏଭଳି ପରିସ୍ଥିତିରେ ଶିଶୁଟି ହଠାତ୍ ନୀଳ ପଡିଯାଏ, ଅସୁସ୍ଥ ଅନୁଭବ କରେ ଓ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସହ ତା’ର ଅମ୍ଳଜାନ ସ୍ତର ୯୦ % ତଳକୁ ଖସିଯାଏ । ଏଥି ନିମନ୍ତେ ତୁରନ୍ତ ଜଣେ ହୃଦରୋଗ ବିଶେଷଜ୍ଞଙ୍କ ଦ୍ୱାରା ପରୀକ୍ଷା ଓ ଚିକିତ୍ସା କରିବା ଜରୁରୀ । ଓଡ଼ିଶାରେ ଏଭଳି ନବଜାତ ଶିଶୁଙ୍କ କ୍ଷେତ୍ରରେ ହୃଦରୋଗ ସମସ୍ୟା ନେଇ ଖୁବ୍ କମ୍ ସଚେତନତା ଦେଖାଦେଇଥାଏ ଏବଂ ଅନେକ ଶିଶୁ ପରୀକ୍ଷା ନିରୀକ୍ଷା ଓ ଚିକିତ୍ସା ବିନା ମୃତ୍ୟୁବରଣ କରିଥାନ୍ତି ବୋଲି ସେ କହିଛନ୍ତି । ଶିଶୁମାନଙ୍କ କ୍ଷେତ୍ରରେ ଦେଖାଦେଉଥିବା ଏଭଳି ହୃଦରୋଗର ଚିକିତ୍ସା ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଉପଲବ୍ଧ । ତେଣୁ ଏହି ସୁଯୋଗ ଦ୍ୱାରା ଅନେକ ମୂଲ୍ୟବାନ ଜୀବନ ବଂଚାଇହେବ ବୋଲି ସେ କହିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!