Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା କାଲିଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି

by ସଞ୍ଜୟ ସ୍ୱାଇଁ
April 22, 2025
in Education, State
ଦ୍ୱିତୀୟ ସମେଟିଭ୍‌ ଆସେସ୍‌ମେଣ୍ଟ୍ ମାର୍ଚ୍ଚ ୧୭ରୁ
694
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!