ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଦ୍ମ ଧରିବେ ବରୀର ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ । ଏନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଦଳୀୟ କାର୍ଯ୍ୟାଳୟରେ ମିଶ୍ରଣ ବାବଦରେ ଆଲୋଚନା ବି ଶେଷ ହୋଇଛି । ଆସନ୍ତା ୩ ତାରିଖରେ ସେ ବିଜେପିରେ ମିଶିବେ । ଗତକାଲି ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳୀୟ କାର୍ୟ୍ୟକ୍ରମରେ କୋଣଠେସା କରାଯିବା ସହ ଦଳ ତାଙ୍କୁ ଅଣଦେଖା କରୁଥିବାରୁ ବାଧ୍ୟ ହୋଇ ବିଜେଡି ଛାଡିଥିବା କହିଥିଲେ ସୁନନ୍ଦା । ୨୦୧୯ରେ ବିଜେଡି ଟିକେଟରେ ବରୀରୁ ବିଧାୟିକା ହୋଇଥିଲେ ସୁନନ୍ଦା। ତେବେ ୨୦୨୪ରେ ଦଳୀୟ ଟିକେଟରୁ ବଞ୍ଚିତ ହୋଇଥିଲେ ସୁନନ୍ଦା । ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଏଠାରେ ପ୍ରାର୍ଥୀ କରିଥିଲା ଦଳ। ନିର୍ବାଚନ ଫଳାଫଳର ୫ ମାସ ବିତି ଯାଇଥିଲେ ମଧ୍ୟ ଦଳ ତାଙ୍କର ଗୁରୁତ୍ୱ ଅନୁଭବ ନ କରିବାକୁ ଇସ୍ତଫା ଦେଇଥିବା କହିଥିଲେ ସୁନନ୍ଦା ।