Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଗାଁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ

by Anil Panda
June 15, 2020
in Breaking
ବରଗାଁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ୍‌ ବରଗାଁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ବ୍ରାଞ୍ଚ ମ୍ୟାନେଜର ଶ୍ରୀ ଅଜିତ୍‌ କୁମାର ପଧାନଙ୍କୁ ନିଲମ୍ବିତ କରାଯାଇଛି । ଜଣେ ଶତାୟୁ ବୃଦ୍ଧା ଲଭେ ବଘେଲ୍‌ଙ୍କୁ ଜନଧନ ଯୋଜନାରେ ମିଳିଥିବା ଟଙ୍କା ଉଠାଣ ପାଇଁ ବ୍ୟକ୍ତିଗତ ଭାବେ ବ୍ୟାଙ୍କରେ ହାଜର ହେବା ନିମନ୍ତେ ବ୍ରାଞ୍ଚ ମ୍ୟାନେଜର ଶ୍ରୀ ପଧାନ କହିଥିଲେ । ଫଳରେ ଲଭେଙ୍କ ଝିଅ ପୁଞ୍ଜିମତୀ ଦେଈ(୬୦ ବର୍ଷ) ମା’ଙ୍କୁ ଏକ ଖଟିଆରେ ଘୋଷାଡ଼ି ଘୋଷାଡ଼ି ନେବା ଘଟଣା ଦୃଷ୍ଟିକୁ ଆସିଥିଲା । ଏହି ଦୁର୍ଭାଗ୍ୟଜନକ ଘଟଣାକୁ ରାଜ୍ୟ ସରକାର ଅତ୍ୟନ୍ତ ଗୁରୁତର ସହିତ ଗ୍ରହଣ କରି ଗତ ରବିବାର ଦିନ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷଙ୍କୁ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅନୁରୋଧ କରିଥିଲେ । ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ, ବରଗାଁ ବ୍ରାଞ୍ଚର ମ୍ୟାନେଜର ଶ୍ରୀ ଅଜିତ ପଧାନଙ୍କୁ ତତ୍‌କାଳ ନିଲମ୍ବନ କରାଯାଇଛି ଓ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!