Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାନଖେମୁଣ୍ଡି ବ୍ଲକର ୭ ଶହରୁ ଉର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜେଡିରେ ସାମିଲ୍‌

by ସଞ୍ଜୟ ସ୍ୱାଇଁ
October 10, 2021
in State
ସାନଖେମୁଣ୍ଡି ବ୍ଲକର ୭ ଶହରୁ ଉର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜେଡିରେ ସାମିଲ୍‌
72
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ହାତ ଛାଡି ଶଙ୍ଖ ଧରିଲେ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ସାନଖେମୁଣ୍ଡି ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଜୟରାମ ଦୋରା। ତାଙ୍କ ସହିତ ୪ ପଞ୍ଚାୟତର ୨୦ ୱାର୍ଡ ସଦସ୍ୟ, ସରପଞ୍ଚ ପ୍ରତିନିଧି, ଜିଲ୍ଲାପରିଷଦ ପ୍ରତିନିଧି ଏବଂ କିଛି ବିଜେପି କର୍ମୀଙ୍କ ସମେତ ୭ ଶହରୁ ଉର୍ଦ୍ଧ୍ୱ କଂଗ୍ରେସ କର୍ମୀ ମଧ୍ୟ ବିଜେଡିରେ ମିଶିଛନ୍ତି । ଆଜି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ କଲ୍ୟାଣି ମଣ୍ଡପଠାରେ ବିଜେଡିର ଜୋନ୍ କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଉକ୍ତ ବୈଠକରେ ବିଜେଡିର ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ନେତୃତ୍ୱରେ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା, କବିସୂର୍ୟ୍ୟ ନଗର ବିଧାୟିକା ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ବିଜେଡିର ରାଜ୍ୟ ଏବଂ ଜିଲ୍ଲାର ବହୁ ବରିଷ୍ଠ ନେତା, କର୍ମୀ ଯୋଗ ଦେଇଥିଲେ । ସମସ୍ତଙ୍କ ଉପସ୍ଥିତିରେ ଗ୍ରାମାଞ୍ଚଳରେ କିଭଳି ତ୍ରିସ୍ତରୀୟ ନିର୍ବାଚନରେ ସାନଖେମୁଣ୍ଡି ବିଜେଡିର ସରପଞ୍ଚ, ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ପଦ ହାତେଇ ହେବ ସେ ନେଇ ଦଳକୁ ସୁଦୃଢ଼ ବା ମଜବୁତ କରିବା ନେଇ ଆଲୋଚନା ଓ ପର୍ୟ୍ୟାଲୋଚନା ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ସାନଖେମୁଣ୍ଡି ବିଜେଡି ସାଙ୍ଗଠନିକ ସ୍ଥିତି ଦେଖିବା ସହ ଏଥିରେ ସୁଧାର ଆଣିବା ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଖଣି ଇସ୍ପାତ ମନ୍ତ୍ରୀ ପ୍ରଫୁଲ ମଲ୍ଲିକଙ୍କୁ ଗଞ୍ଜାମ ଜିଲ୍ଲା ପର୍ୟ୍ୟବ୍ୟକ୍ଷକ ଦାୟିତ୍ୱ ଦିଆଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!