Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁପ୍ରିମ କୋର୍ଟଙ୍କ ବଡ଼ ରାୟ, ଓକିଲ ମାନେ ସାମ୍ବାଦିକ ହୋଇପାରିବେ ନାହିଁ

by ସଞ୍ଜୟ ସ୍ୱାଇଁ
October 22, 2024
in NATIONAL NEWS
ସରକାରଙ୍କୁ ସୁପ୍ରିମ କୋର୍ଟଙ୍କ ପ୍ରଶ୍ନ: ଜୀବିକା ପାଇଁ ଜନସାଧାରଣଙ୍କୁ ଭେଟୁଥିବା ପେସାଧାରୀଙ୍କୁ ଟିକା ପ୍ରାଥମିକତା ମିଳିବ କି?
130
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବୃତ୍ତିରେ ଥିବା ଓକିଲମାନେ ସାମ୍ବାଦିକ ଭାବେ କାର୍ଯ୍ୟ କରିପାରିବେ ନାହିଁ ବୋଲି ଆଜି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ମତ ଦେଇଛନ୍ତି। ଏହାସହ ଏନେଇ ଜବାବ ରଖିବାକୁ ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆକୁ ନୋଟିସ୍‌ ଜାରି କରିଛନ୍ତି। ମହମ୍ମଦ କାମରାନ୍‌ ବନାମ ଉତ୍ତରପ୍ରଦେଶ ଓ ଅନ୍ୟାନ୍ୟ ମାମଲାର ଶୁଣାଣି କରି ଓକିଲ ବୃତ୍ତିରେ ଥାଇ ସାମ୍ବାଦିକତା କରୁଥିବା ଆଇନଜୀବୀଙ୍କୁ ବିଚାରପତି ଅଭୟ ଏସ୍‌ ଓକା ଓ ଅଗଷ୍ଟାଇନ୍‌ ଜର୍ଜ୍ି ମାସିଙ୍କୁ ନେଇ ଗଠିତ ଖଣ୍ଡପୀଠ କଠୋର ଭାଷାରେ ତାଗିଦ୍‌ କରିଛନ୍ତି। ଏହି ମାମଲାରେ ଆବେଦନକାରୀ ନିଜକୁ ଓକିଲ ଓ ସାମ୍ବାଦିକ ବୋଲି ଦର୍ଶାଇଥିଲେ। ଏହି ପ୍ରସଙ୍ଗକୁ ନେଇ ଆବେଦନକାରୀଙ୍କ ଓକିଲ ବିନୋଦ କୁମାର ତିୱାରୀଙ୍କୁ ବିଚାରପତି ଓକା ତାଗିଦ୍‌ କରି କହିଛନ୍ତି, ସେ ଓକିଲ ହେବେ ନଚେତ୍‌ ସାମ୍ବାଦିକ। ଆମେ ଏଭଳି ଦ୍ବୈତ ଭୂମିକାକୁ ଗ୍ରହଣ କରିବୁ ନାହିଁ। ଓକିଲାତି ଏକ ସମ୍ମାନଜନକ ବୃତ୍ତି। ସେ କଦାପି ନିଜକୁ ଜଣେ ମୁକ୍ତବୃତ୍ତି ସାମ୍ବାଦିକ ବୋଲି କହିପାରିବେ ନାହିଁ। ଆବେଦନକାରୀଙ୍କୁ ମଧ୍ୟ ଭର୍ତ୍ସନା କରି ବିଚାରପତି ଓକା କହିଛନ୍ତି, ମୁଁ ତୁମର ବୃତ୍ତିଗତ ଅସଦାଚରଣକୁ ଜାଣିପାରୁନାହିଁ। ତୁମେ ନିଜକୁ ଆଇନଜୀବୀ କହୁଛ ଓ ସାମ୍ବାଦିକ ମଧ୍ୟ। ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆର ନିୟମକୁ ଦେଖ। ଏଭଳି ‌ଦ୍ବୈତ ବୃତ୍ତିକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!