Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରାଦୀପ ବନ୍ଦରରେ ବଢିଲା ସୁରକ୍ଷା ବ୍ୟବସ୍ଥା

by ସଞ୍ଜୟ ସ୍ୱାଇଁ
May 9, 2025
in State
ପାରାଦୀପ ବନ୍ଦରରେ ବଢିଲା ସୁରକ୍ଷା ବ୍ୟବସ୍ଥା
51
VIEWS
Share on FacebookShare on Twitter

ପାରାଦୀପ, (ବାଘୁଆବାର୍ତ୍ତା): ପାରାଦୀପ ବନ୍ଦରରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନାକୁ ଦୃଷ୍ଟି ରଖି ପାରାଦୀପ ବନ୍ଦରରେ ସୁରକ୍ଷାକୁ କଡ଼ାକଡି କରାଯାଇଛି । ବନ୍ଦର ମଧ୍ୟରେ ପର୍ଯ୍ୟଟକଙ୍କ ଗସ୍ତ ଉପରେ କଟକଣା ଜାରି କରାଯାଇଛି । ଏହାସହ ଛକ ଛକରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ ମଧ୍ୟ କରାଯାଇଛି । ଖବର ଅନୁଯାୟୀ, ଭାରତ-ପାକିସ୍ତାନ ମଧ୍ୟରେ ଗତ ଦୁଇ ଦିନ ହେଲା ଉତ୍ତେଜନା ଲାଗି ରହିଛି । ଯାହାକୁ ଦୃଷ୍ଟିରେ ବିଭିନ୍ନ ରାଜ୍ୟକୁ ହାଇଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଏହିକ୍ରମରେ ପାରାଦୀପ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ପୂର୍ବରୁ ଥିବା ସୁରକ୍ଷାକର୍ମୀଙ୍କ ସଂଖ୍ୟାକୁ ବୃଦ୍ଧି କରାଯାଇଛି । ପାରାଦୀପ ବନ୍ଦରରେ ସୁରକ୍ଷା ସ୍ତର ୨କୁ ବଢାଯାଇଛି । ସେହିପରି ସୁରକ୍ଷା ବୃଦ୍ଧି ସହ ବନ୍ଦରକୁ ଆସୁଥିବା ସମସ୍ତ ଜାହାଜ ଉପରେ କଡ଼ା ନଜର ରଖାଯାଇଛି । ସମୟକ୍ରମେ ସୁରକ୍ଷାକର୍ମୀଙ୍କ ସଂଖ୍ୟା ବୃଦ୍ଧି ଏବଂ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!