Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବରଙ୍ଗପୁର ଓ ଜୟପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଏବଂ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ

by ସଞ୍ଜୟ ସ୍ୱାଇଁ
May 31, 2021
in Feature News
ନବରଙ୍ଗପୁର ଓ ଜୟପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଏବଂ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ
115
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନବରଙ୍ଗପୁର ଓ ଜୟପୁର ଗସ୍ତ କରିଛନ୍ତି। ଏକ ସ୍ୱତନ୍ତ୍ର ହେଲିପକ୍ଟରରେ ପ୍ରଥମେ ନବରଙ୍ଗପୁର ଗସ୍ତ କରିଛନ୍ତି ରାଜ୍ୟ ଶାସନର ଏହି ଦୁଇ ପ୍ରମୁଖ ଅଧିକାରୀ । ଜିଲ୍ଲାରେ କରୋନା ସ୍ଥିତିନେଇ ସର୍କିଟ ହାଉସରେ ଏକ ବୈଠକ କରିଛନ୍ତି । ଏଠାରେ ନବରଙ୍ଗପୁର ଜିଲ୍ଲାପାଳ ଅଜିତ କୁମାର ମିଶ୍ର, ଏସପି ପହଲ୍ଲାଦ ସାହାଇ ମିନା ଏବଂ ନବରଙ୍ଗପୁର ସିଡିଏମଓ ଶୋଭାରାଣୀ ମିଶ୍ରଙ୍କ ସହ ଆଲୋଚନା କରିଥିଲେ। ପରେ ଉଭୟେ ନବରଙ୍ଗପୁର କୋଭିଡ ହସ୍ପିଟାଲ ଯାଇ ସ୍ଥିତି ପରଖିଥିଲେ । ନବରଙ୍ଗପୁର ଜିଲ୍ଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ଥିବାବେଳେ ହସ୍ପିଟାଲରେ ସ୍ୱାସ୍ଥ୍ୟସେବାକୁ ନେଇ ରୋଗୀ ସନ୍ତୁଷ୍ଟ ଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ। ଜିଲ୍ଲାରେ ଖୁବ ଶୀଘ୍ର ୬ଶହ ନମୁନା ପରୀକ୍ଷା କରିବା ସହ ଦୁଇମାସ ଭିତରେ ଅକ୍ସିଜେନ୍ ପ୍ଲାଣ୍ଟ କରିବାକୁ ଯୋଜନା ହୋଇଛି। ଜିଲ୍ଲାକୁ ୧୦ ହଜାର ଟିକା ଦେବାପାଇଁ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଏହାପରେ ଦୁଇ ଅଧିକାରୀ ଜୟପୁର ଗସ୍ତ କରିଛନ୍ତି। ଏଠାରେ ମଧ୍ୟ କୋଭିଡ ସ୍ଥିତି ନେଇ ସମୀକ୍ଷା କରିବା କୋଭିଡ ହସ୍ପିଟାଲରେ ଆକ୍ରାନ୍ତଙ୍କୁ ସ୍ୱାସ୍ଥ୍ୟସେବାର ସମୀକ୍ଷା କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!