ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା । ହତ୍ୟାକାଣ୍ଡର ୪୦ଦିନ ପରେ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ । ଆତ୍ମସମର୍ପଣ ପରେ ଗିରଫ କରିଛି ପୋଲିସ । ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ, ଜାନୁଆରୀ ୮ ତାରିଖ ସକାଳେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କୁ ହତ୍ୟା କରାଯାଇଥିଲା । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ଏହାପରେ ଅଭିଯୁକ୍ତମାନେ ଦୟା ନଦୀରେ ହତ୍ୟାରେ ବ୍ୟବହୃତ ଅସ୍ତ୍ର ଫିଙ୍ଗି ଦେଇଥିଲେ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ । ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ । ୪୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ରମା ନାଏକ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତକୁ କୋର୍ଟଚାଲାଣ କରାଯିବ ।