Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ ଘଟଣା, ଏଚ୍‌ଆରପିସିଙ୍କୁ ତଦନ୍ତ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
September 28, 2023
in Crime, State
ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ ଘଟଣା, ଏଚ୍‌ଆରପିସିଙ୍କୁ ତଦନ୍ତ ଦାୟିତ୍ୱ
62
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା । ମାମଲାରେ ଆସିଲା ଟ୍ୱିଷ୍ଟ । ଏବେ ତଦନ୍ତ ଦାୟିତ୍ୱ ଓଡିଶା ପୋଲିସ ଠାରୁ ନେଇ ମାନବାଧିକାର ସୁରକ୍ଷା ସେଲ୍‌କୁ ଦିଆଯାଇଛି । ଜଣେ ଡିଏସ୍‌ପି ପାହ୍ୟାର ଅଫିସରଙ୍କ ତତ୍ୱାବଧାନରେ ତଦନ୍ତ ହେବ । ଏନେଇ ଗୁରୁବାର ବିଧିବଦ୍ଧ ଭାବେ ରାଉରକେଲା ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କୁ ନିର୍ଦ୍ଦେଶ ଜାରି କରାଯାଇଥିବା ସୂଚନା ମିଳିଛି । ଏଚ୍‌ଆରପିସି ମାମଲା ଯିବା ପରେ ସୁସ୍ମିତାଙ୍କ ମୃତ୍ୟୁର ଗୁମର ଶୀଘ୍ର ଖୋଲିବା ଆଶା କରାଯାଇଛି । ସେପଟେ ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜ (୩୫)ଙ୍କ ପାଇଁ ସୁନ୍ଦରଗଡ଼ ଆଦିବାସୀ ଜିଲ୍ଲା ମଞ୍ଚ ଆନ୍ଦୋଳନକୁ ଓହ୍ଲାଇଥିଲା । ଶତାଧିକ ଆଦିବାସୀ ବିରାଟ ଶୋଭାଯାତ୍ରାରେ ଆସି ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ । ସୁସ୍ମିତାଙ୍କୁ ହତ୍ୟା କରାଯାଇଥିବା ସେମାନେ ଅଭିଯୋଗ କରିଥିଲେ । ଏହାର ସିବିଆଇ ତଦନ୍ତ କରାଯିବା ଓ ଦୋଷୀକୁ ତୁରନ୍ତ ଗିରଫ ପାଇଁ ସେମାନେ ଦାବି କରିଥିଲେ । ଦାବିପୂରଣ ନହେଲେ ସମଗ୍ର ରାଜ୍ୟର ଆଦିବାସୀ ରାଜଧାନୀର ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଥିଲେ । ସୁନ୍ଦରଗଡ଼ ଆଦିବାସୀ ଜିଲ୍ଲା ମଞ୍ଚ ପକ୍ଷରୁ ଭାରତର ରାଷ୍ଟ୍ରପତି, ଓଡ଼ିଶା ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଆରଡିସି (ସମ୍ବଲପୁର), ପଶ୍ଚିମାଞ୍ଚଳ ଡିଆଇଜି ଓ ରାଉରକେଲା ଏସ୍‌ପିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!