Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଲମ୍ବିତ ହେଲେ ରାୟଗଡ଼ା ଡିଏଫଓ ବିଜୟ କୁମାର ପରିଡ଼ା

by ସଞ୍ଜୟ ସ୍ୱାଇଁ
September 13, 2023
in Crime, State
ନିଲମ୍ବିତ ହେଲେ ରାୟଗଡ଼ା ଡିଏଫଓ ବିଜୟ କୁମାର ପରିଡ଼ା
78
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଡିଏଫ୍‌ଓ ବିଜୟ କୁମାର ପରିଡ଼ାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏହି ନିଲମ୍ବନ ଆଦେଶ ଦେଇଛନ୍ତି। ଗତ ଅଗଷ୍ଟ ୨୪ ତାରିଖରେ ଭିଜିଲାନ୍ସ ତାଙ୍କ ଘର ସମେତ ରାୟଗଡା, ଖୋର୍ଦ୍ଧା, କଟକ ଓ ଯାଜପୁରର ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ଡିଏଫଓଙ୍କ ରାୟଗଡ଼ା ବାସଭବନରୁ ୧ ଲକ୍ଷ ୨୪ ହଜାର ୬୦୦ ଟଙ୍କା ସହ ୬୫୦ ଗ୍ରାମ୍‌ ଅଳଙ୍କାର, ଗୋଟିଏ କାର, ୨ଟି ବାଇକ୍‌ ସହ ୧୭ ଲକ୍ଷ ୮୭ ହଜାର ଟଙ୍କାର ଘରକରଣା ସାମଗ୍ରୀ ଜବତ ହୋଇଥିଲ। ଏହାବ୍ୟତୀତ, ଭୁବନେଶ୍ବର, ପୁରୀ, କଟକ ଓ ଯାଜପୁରର ପ୍ରମୁଖ ଅଞ୍ଚ ଅଞ୍ଚଳରେ ତାଙ୍କର ୧୭ଟି ପ୍ଲଟ୍‌ ଠାବ କରିଥିଲା ଭିଜିଲାନ୍ସ। ୩ଟି ବଡ଼ ଅଟ୍ଟାଳିବା ମଧ୍ୟ ଠାବ ହୋଇଥିଲା। ଭିଜିଲାନ୍ସର ଆକଳନ ଅନୁଯାୟୀ, ଆୟର ୨୦୬ ଗୁଣା ଅଧିକ ସମ୍ପତ୍ତି ତାଙ୍କ ନିକଟରୁ ଉଦ୍ଧାର ହୋଇଥିଲା। ତେବେ ସେ ଏତେ ସଂପତ୍ତିର ଅଧିକାରୀ କେମିତି ହେଲେ, ହିସାବ ଦେଇ ନପାରିବାରୁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ସରକାରୀ ନିୟମ ଅନୁସାରେ, ଜେଲ୍‌ରେ ୪୮ ଘଣ୍ଟାରୁ ଅଧିକ ସମୟ ରହିଥିବାରୁ ଶ୍ରୀ ପରିଡ଼ାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ। ନିଲମ୍ବନ ଆଦେଶ ନ ଉଠିବା ଯାଏଁ କୋରାପୁଟ ଆରସିସିଏଫ୍‌ଙ୍କ ବିନାନୁମତିରେ ସେ ହେଡ୍‌କ୍ବାର୍ଟର୍‌ ଛାଡ଼ି ଯାଇପାରିବେ ନାହିଁ ବୋଲି ଚିଠିରେ ଉଲ୍ଲେଖ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!