Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟ ଯନ୍ତ୍ରୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
August 10, 2024
in Crime, State
ମୁଖ୍ୟ ଯନ୍ତ୍ରୀ ନିଲମ୍ବିତ
227
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗତ ୬ ତାରିଖରେ ଗିରଫ କରାଯାଇଥିଲା। ସେହିଦିନ ମାନ୍ୟବର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ଅଦାଲତଙ୍କ ଆଦେଶ ମତେ ତାଙ୍କୁ ତା ୧୭.୦୮.୨୦୨୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଦୁର୍ନୀତି ମାମଲାର ତଦନ୍ତ ଜାରି ଥିବାରୁ ଏବଂ ଶ୍ରୀ ରଥ ୪୮ ଘଣ୍ଟାରୁ ଅଧିକ ନ୍ୟାୟିକ କାରାବାସରେ ରହିଥିବାରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ପୂର୍ତ୍ତ ବିଭାଗ ତରଫରୁ ଶ୍ରୀ ରଥଙ୍କ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅନ୍ୟପକ୍ଷରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମୁଖ୍ୟଯନ୍ତ୍ରୀ (ସିଭିଲ), ଭୁବନେଶ୍ୱରଙ୍କ କାର୍ଯ୍ୟାଳୟକୁ ଶ୍ରୀରଥଙ୍କ ସଦର ମହକୁମା ସ୍ଥିର କରାଯାଇଛି। ନିଲମ୍ବନ ଅବଧିରେ ସେ ଯନ୍ତ୍ରୀମୁଖ୍ୟ (ସିଭିଲ), ଭୁବନେଶ୍ୱରଙ୍କ ପ୍ରାକ୍‌ ଅନୁମତି ବିନା ସଦର ମହକୁମା ଛାଡ଼ିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅଧିକ କଡ଼ା ଭାବେ ଆପଣାଇଛନ୍ତି। ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ଯେତେ ବଡ଼ ଅଧିକାରୀ ହୋଇଥାନ୍ତୁ ନା କାହିଁକି ତାଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!