ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଜିଲ୍ଲା ଗ୍ରାମୀଣ ଆଇନ ସଚେତନତା କର୍ମୀମାନଙ୍କୁ ନେଇ ନୟାଗଡ଼ ଖେଳପଡ଼ିଆ ଠାରେ ପରିବେଶର ସୁରକ୍ଷା ପାଇଁ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଖେଳପଡ଼ିଆ ପରିସରରେ ପାଣିବୋତଲ, ଜରି, ଗଛର ଡାଳପତ୍ର ପଡ଼ି ପଡ଼ିଆଟି ଅପରସ୍କାର ହୋଇ ପଡ଼ିଥିଲା । ଏହି ପଡ଼ିଆରେ ଖେଳପ୍ରେମୀମାନେ ପ୍ରତିଦିନ ଖେଳକୁଦ କରିଥାନ୍ତି । ନୟାଗଡ଼ର ସଚେତନ ବୁଦ୍ଧିଜୀବୀମାନେ ମଧ୍ୟ ପ୍ରାତଃ ଭ୍ରମଣ କରି ନିଜର ସ୍ୱାସ୍ଥ୍ୟ ପ୍ରତି ସଜାଗ ହୋଇଥାନ୍ତି । କିନ୍ତୁ ଦୁଃଖର ବିଷୟ ଅସଚେତନତା ଜନସାଧାରଣ ପଡ଼ିଆରେ ଅପରିସ୍କାର କରି ପଡ଼ିଆଟିକୁ ଦୂଷିତ କରିଛନ୍ତି ।

ଏସବୁକୁ ଦୃଷ୍ଟିରେ ରଖି ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବଙ୍କ ନିର୍ଦ୍ଦେଶ ଜିଲ୍ଲା ଆଇନ ସଚେତନତା କର୍ମୀମାନେ ହାତରେ ଝାଡୁ ଧରି ପଡ଼ିଆଟିକୁ ପରିସ୍କାର କରିଛନ୍ତି । ଜିଲ୍ଲା ଆଇନସେବା ପ୍ରାଧିକରଣର ଏପରି କାର୍ଯ୍ୟକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ରାମୀଣ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ରମେଶ ଚନ୍ଦ୍ର ବେହେରା, ପ୍ରମୋଦ କୁମାର ମହାନ୍ତି, ସନ୍ଧ୍ୟାରାଣୀ ବେହେରା, ବେବି ବେହେରା, ପ୍ରକାଶ ଦଳେଇ, ଉମାକାନ୍ତ ବାଇ, ମୋନାଲିସା ପରିଡ଼ା, କୀର୍ତି ଓ ରୀନାବାଳା ପ୍ରଧାନ, ମାମାଲି ଓ ଜୟନ୍ତୀ ପ୍ରମୁଖଙ୍କ ସହିତ ପ୍ରାଧିକରଣର କର୍ମଚାରୀ ପବନ କୁମାର ବେହେରା ଏବଂ ଅନ୍ୟାନ୍ୟ କର୍ମୀମାନେ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସମସ୍ତ କର୍ମୀଙ୍କୁ ଅଧିବକ୍ତା ରମେଶ ଚନ୍ଦ୍ର ମହାରଣା ଉତ୍ସାହିତ କରିଥିଲେ ।





