Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା, ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଗିରଫ

by ସଞ୍ଜୟ ସ୍ୱାଇଁ
May 14, 2024
in Crime, State
ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା, ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଗିରଫ
239
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଅଭିଯୁକ୍ତ ଶିବଶଙ୍କର ଦାସଙ୍କୁ ଗିରଫ କରିଛି ପୁଲିସ। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ପୁଲିସ ତାଙ୍କୁ ଜେଲକୁ ପଠାଇଦେଇଛି। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଓରଫ୍ ପିଣ୍ଟୁ ଦାସଙ୍କ ବିରୋଧରେ ପୁଲିସ ହତ୍ୟା ଉଦ୍ୟମ ଦଫା ଲଗାଇ ମାମଲା ରୁଜୁ କରିଛି। ଗତକାଲି ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର। ଅନ୍ୟପକ୍ଷରେ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମ୍‌ସ ସ୍ଥାନାନ୍ତର କରାଯାଇଛି। ତାଙ୍କ ପଞ୍ଜରା ହାଡ଼ରେ ଫ୍ରାକ୍ଚର ହୋଇଥିବା ସୂଚନା ମିଳିଛି। ପ୍ରଦୀପ ପାଣିଗ୍ରାହୀଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ତାଙ୍କ ପତ୍ନୀ କହିଛନ୍ତି, ତାଙ୍କ ଚେଷ୍ଟରେ ଫ୍ରାକ୍‌ଚର ହୋଇଛି ଓ ବେକରେ ମାଡ଼ ହୋଇଛି। ତାଙ୍କ ପକ୍ଷେ କଥା କହିବା କଷ୍ଟକର ହୋଇପଡ଼ିଛି। ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା। ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ପ୍ରଦୀପଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି। ଶିବଶଙ୍କରଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ଇଭିଏମ ଠିକ ଭାବେ ସିଲ ହୋଇନଥିବା ଅଭିଯୋଗକୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!