Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତେଲ ଟ୍ୟାଙ୍କର ଓ ସ୍କୁଟି ଦୁର୍ଘଟଣାଗ୍ରସ୍ତ, ଚାଳକ ଗୁରୁତର

by ସଞ୍ଜୟ ସ୍ୱାଇଁ
February 12, 2025
in Accident, Nayagarh, State
ତେଲ ଟ୍ୟାଙ୍କର ଓ ସ୍କୁଟି ଦୁର୍ଘଟଣାଗ୍ରସ୍ତ, ଚାଳକ ଗୁରୁତର
1.4k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧିନ କଦଳୀବନ୍ଧ ନିକଟରେ ଏକ ତେଲ ଟ୍ୟାଙ୍କର ଓ ସ୍କୁଟି ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ଚାଳକ ଗୁରୁତର ହୋଇଥିବା ଜଣାପଡିଛି।ଗୁରୁତର ସ୍କୁଟି ଚାଳକ ବିଲମାନପୁର ଗ୍ରାମର ବିନୋଦ କୁମାର ଜେନା।ସୂଚନା ଅନୁଯାୟୀ ଆଜି ଅପରାହ୍ନ ସମୟରେ ଓଡ଼ି୦୫ଏଭି୫୦୯୯ ନଂ ବିଶିଷ୍ଟ ଏକ ତେଲ ଟ୍ୟାଙ୍କର ରଙ୍ଗଣୀପାଟଣା ନିକଟ ପେଟ୍ରୋଲ ଟାଙ୍କିରେ ତେଲ ଅନଲୋଡ଼ କରି ନୟାଗଡ଼ ଅଭିମୁଖେ ଫେରୁଥିବା ସମୟରେ କଦଳୀବନ୍ଧ ନିକଟରେ ଅପରପାଶ୍ୱରୁ ଘସାଦେଇପୁର ସରକାରୀ ପଲ୍ଲୀଟେକନିକ ଠାରେ ନିଜ ବନ୍ଧୁଙ୍କୁ ଛାଡି ନିଜ ଗାଁ ଅଭିମୁଖେ ଫେରୁଥିବା ଓଡ଼ି୨୫ସି୦୩୪୪ ନଂ ବିଶିଷ୍ଟ ସ୍କୁଟିକୁ ଧକ୍କା ଦେଇଥିଲା।ଯାହା ଫଳରେ ଘଟଣାସ୍ଥଳରେ ଚାଳକ ଗୁରୁତର ହୋଇପଡିଥିଲେ।ପରେ ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ସେଠାରେ ଅବସ୍ଥା ଗୁରୁତର ହେବାରୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।ଖବର ପାଇ ଓଡ଼ଗାଁ ଆଦର୍ଶ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତେଲ ଟ୍ୟାଙ୍କର ଓ ଦୁର୍ଘଟଣାଗ୍ରସ୍ତ ସ୍କୁଟିକୁ ଜବତ କରିଅଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!