Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତଉକତେ ହେବ ଭୟଙ୍କର, ସାମୁଦ୍ରିକ ବାତ୍ୟାରେ ପରିଣତ ହେବ, ୧୭୫ କି.ମି. ଘଣ୍ଟାପ୍ରତି ବେଗ ହୋଇପାରେ

by ସଞ୍ଜୟ ସ୍ୱାଇଁ
May 14, 2021
in State
ତଉକତେ ହେବ ଭୟଙ୍କର, ସାମୁଦ୍ରିକ ବାତ୍ୟାରେ ପରିଣତ ହେବ, ୧୭୫ କି.ମି. ଘଣ୍ଟାପ୍ରତି ବେଗ ହୋଇପାରେ
423
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଏକ ଡିପ ଡିପ୍ରେସନରେ ପରିଣତ ହୋଇଛି । ଏହା ଆସନ୍ତାକାଲି ଅର୍ଥାତ ମେ ୧୫ ତାରିଖରେ ଏକ ସାଇକ୍ଳୋପିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି ବୋଳି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଇଏମଡି ବୁଲେଟିନରେ କୁହାଯାଇଛି ଯେ ୧୫ ତାରିଖ ରାତି କିମ୍ବା ୧୬ ତାରିଖ ସକାଳ ବେଳକୁ ଏହା ସିଭିୟର ସାକ୍ଲୋନିକ ଷ୍ଟର୍ମ ବା ଭୟଙ୍କର ବାତ୍ୟା ଓ ୧୭ ତାରିଖ ବେଳକୁ ଏହା ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୦ ରୁ ୧୬୦ କିଲୋମିଟର ଓ କେତକ ସମୟରେ ଏହା ୧୭୫ କିଲୋମିଟର ଟପିପାରେ ବୋଲି ଆଇଏମଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ବାତ୍ୟା ପ୍ରଭାବରେ କେରଳ, କର୍ଣ୍ଣାଟକ, ଗୋଆ, ଲାକ୍ଷାଦ୍ୱୀପ, ମହାରାଷ୍ଟ୍ର ଓ ଗୁଜୁରାଟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି । ମିଆଁମାର ପକ୍ଷରୁ ଏହି ସମ୍ଭାବ୍ୟ ବାତ୍ୟାର ନାମ ତଉକତେ ରଖାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!