Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦୋନ୍ନତି ପାଇବେ ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ

by ସଞ୍ଜୟ ସ୍ୱାଇଁ
July 30, 2021
in Education, Planning and Development
ପଦୋନ୍ନତି ପାଇବେ ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ
521
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଦୋନ୍ନତି ପାଇବେ ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ଏଥିସହ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ପ୍ରସ୍ତାବ କାର୍ୟ୍ୟକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ। ଏହାସହିତ ଲେଭେଲ ଲେଭଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ। ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି। ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!