Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଶିକ୍ଷକ ଓ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଶିକ୍ଷକ ଓ କର୍ମଚାରୀ
103
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯେଉଁ ଦେଶର ଶିକ୍ଷା ବ୍ୟବସ୍ଥା ଯେତେ ଉନ୍ନତ ସେହି ଦେଶ ସେତେ ମାତ୍ରାରେ ସମୃଦ୍ଧ। ଗୁଣାତ୍ମକ ଶିକ୍ଷାଦାନ ସହ ସମାଜକୁ ଠିକ୍ ମାର୍ଗଦର୍ଶନ କରି ଦେଶ ତଥା ରାଜ୍ୟକୁ ଆଗେଇ ନେବାରେ ଶିକ୍ଷକ ଓ ଶିକ୍ଷୟgତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଶିକ୍ଷକଙ୍କ ସମସ୍ୟା ସମ୍ପର୍କରେ ସରକାର ଅବଗତ ଅଛନ୍ତି ଏବଂ ଯେତେଦୂର ସମ୍ଭବ ତାହାକୁ ପୂରଣ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି। ଗତକାଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ସହ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତିର ୧୨ଜଣିଆ ପ୍ରତିନିଧି ଦଳ ଆଲୋଚନା କରିଛନ୍ତି। ଯୋଗ୍ୟ ବିବେଚିତ ବିଦ୍ୟାଳୟକୁ ଅନୁଦାନ, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କୁ ପେନ୍ସନ୍ ସହିତ ଚାକିରି ସର୍ତ୍ତାବଳୀ, ୧୯୯୪ ଅନୁଦାନ ନିୟମାନୁସାରେ ଅନୁଦାନ, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂରୀକରଣ, ପୂର୍ଣ୍ଣ ଓ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ଆରଏ ସ୍କିମ୍ର ପୂର୍ଣ୍ଣ ପ୍ରଚଳନ, ନୂତନ ଅନୁଦାନ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟକୁ ସରକାରୀ କରଣ ଏବଂ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା , ୭ମ ବେତନ କମିସନରୁ ବଞ୍ଚିତ ଶିକ୍ଷକଙ୍କୁ ଏହି ହାରରେ ବେତନ ପ୍ରଦାନ ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। କର୍ମଚାରୀଙ୍କ ସମସ୍ତ ଦାବିକୁ ଶୁଣିବା ସହିତ ଖୁବ୍ଶୀଘ୍ର ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ। ବୈଠକରେ ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ, ପାଳଲହଡାର ବିଧାୟକ ଅଶୋକ ମହାନ୍ତି, ଗଣଶିକ୍ଷା ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତ୍ରିନାଥ ମାଝୀଙ୍କ ସମେତ ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଆବାହକ ରଞ୍ଜନ କୁମାର ଦାଶ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଯୁଗ୍ମ ସାଧାରଣ ସମ୍ପାଦକ ବ୍ରଜକିଶୋର ବିଶ୍ବାଳ, ମାଣିକେଶ୍ବର ସ୍ୱାଇଁ, ରମାକାନ୍ତ ମହାପାତ୍ର, ରଞ୍ଜନ ପଣ୍ଡା, ପ୍ରମୋଦ ହୋତା, ଅଜୟ ପତି, ଗରୁଡ ସାହୁ, ସୁରେଶ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!