Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

by ସଞ୍ଜୟ ସ୍ୱାଇଁ
September 28, 2024
in Crime, State
ମଧ୍ୟସ୍ତି ସାଜି ୨ ଯୁବକ ଖାଇଲେ ଗୁଳି
71
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ସରପଞ୍ଚଙ୍କ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କଷୁରବନ୍ଧ ଗାଁରେ। ଗୁରତର ଯୁବକ ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି। ଗତକାଲି ରାତି ପ୍ରାୟ ୯ଟା ସମୟରେ କଷୁରବନ୍ଧ ସରପଞ୍ଚ ସରୋଜ କର୍ଣ୍ଣ ଓ ତାଙ୍କ ବାପା,ଭାଇଙ୍କ ସହ ରାଜେନ୍ଦ୍ରଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା। ପରେ ସରପଞ୍ଚ ଉତ୍ତ୍ୟକ୍ତ ହୋଇ ରାଜେନ୍ଦ୍ରଙ୍କ ଉପରକୁ ପ୍ରଥମେ ଗୋଟିଏ ରାଉଣ୍ଡ ଫ୍ଲସ୍‌ ଫାୟାରିଂ କରିଥିଲେ। ପରେ ରାଜେନ୍ଦ୍ର ଦୁଇ ଗୋଡ଼କୁ ଦୁଇ ରାଉଣ୍ଡ ଗୁଳି ମାଡ଼ କରିଥିଲେ ସରପଞ୍ଚ। ଫଳରେ ରାଜେନ୍ଦ୍ର ତଳେ ପଡ଼ିଯାଇଥିଲେ। ପରେ ସରପଞ୍ଚ ସରୋଜ ଏବଂ ତାଙ୍କ ବାପା ଓ ଭାଇ ମିଶି ରାଜେନ୍ଦ୍ରଙ୍କୁ ଲାଠିରେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି l ଗୁରୁତର ରାଜେନ୍ଦ୍ରଙ୍କୁ ପରିବାର ଲୋକ ଉଦ୍ଧାର କରି ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସୋନପୁର ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ସରପଞ୍ଚଙ୍କ ନାଁରେ ମନମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଦୋଷୀକୁ କଠୋର ଦଣ୍ଡ ମିଳୁ ବୋଲି ପରିବାର ଲୋକେ ଦାବି କରିଛନ୍ତି। ମନମୁଣ୍ଡା ପୁଲିସ ଘଟଣାର ତଦନ୍ତ କରଛି। ତେବେ ଏନେଇ ସରପଞ୍ଚ କିମ୍ବା ପୁଲିସର ପ୍ରତିକ୍ରିୟା ମିଳିପାରିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!