Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଥୋମାସ କପ ବିଜୟୀ ଭାରତୀୟ ଦଳକୁ ଆଜି ସ୍ୱାଗତ କରିବେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 8, 2022
in Sports, State
୨୦୨୪ ପାଇଁ  ବିଜେଡିର ସମରସଜା, ବିଜେଡି ଜିଲ୍ଲା ପର୍ୟ୍ୟବେକ୍ଷକଙ୍କ ସମୀକ୍ଷା ବୈଠକ
48
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଥୋମାସ କପ ବିଜୟୀ ଭାରତୀୟ ଦଳକୁ ଆଜି ସ୍ୱାଗତ କରିବ ଓଡ଼ିଶା । ଥୋମାସ କପ ବିଜେତା ଭାରତୀୟ ପୁରୁଷ ବ୍ୟାଡମିନଟନ ଟିମର ପ୍ରତି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଛି । ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ୟ୍ୟକ୍ରମ ରହିଛି । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା ଭାରତୀୟ ପୁରୁଷ ବ୍ୟାଡମିନଟନ ଟିମ । ସୂଚନା ଯୋଗ୍ୟ ଯେ, କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଅଲିମ୍ପିକ୍ସରେ ବ୍ରାଞ୍ଜ ପଦକ ହାସଲ ନେଇ ଭାରତୀୟ ପୁରୁଷ ହକି ଦଳକୁ ସମ୍ୱରଦ୍ଧିତ କରିଥିଲେ ରାଜ୍ୟ ସରକାର । ଏହା ସହିତ ମହିଳା ହକି ଦଳକୁ ମଧ୍ୟ ସମ୍ୱର୍ଦ୍ଧ୍ୱିତ କରିଥିଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ଖେଳାଳିଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କୁ ସମ୍ୱର୍ଦ୍ଧିତ କରିଥିଲେ । ଏଥିସହିତ ଓଡ଼ିଆ ଅଲିମ୍ପିକ୍ସ ପଦକ ବିଜେତାଙ୍କ ନେଇ ଘୋଷଣା ଆର୍ଥିକ ପୁରସ୍କାର ରାଶିକୁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଥିଲା ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!