Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିକାକରଣ ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଉପରେ ବିଶେଷ ଗୁରୁତ୍ୱ

by ସଞ୍ଜୟ ସ୍ୱାଇଁ
June 29, 2021
in Planning and Development, State
କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ – ମୁଖ୍ୟମନ୍ତ୍ରୀ
26
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ବ ଦେଇଥିଲେ । ଏହାସହିତ ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ୟ୍ୟକ୍ରମ ଦ୍ବାରା କୋଭିଡ ତଥା ଅନ୍ୟନ୍ୟ ରୋଗୀ ମାନଙ୍କର ଚିହ୍ନଟ ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇପାରୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହାକୁ ଆହୁରି ଗୁରୁତର ସହ କାର୍ୟ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ । ତୃତୀୟ ଲହରରେ ପ୍ରସ୍ତୁତି ସ୍ବରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଅକ୍‌ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ୟ୍ୟକ୍ଷମ ହୋଇପାରିବ, ତାହା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶୀଘ୍ର ଟିକାକରଣ ଆଗାମୀ କିଛି ମାସ ପାଇଁ ଆମର ମୁଖ୍ୟ ଫୋକସ ହୋଇରହିବ। ବର୍ତ୍ତମାନ ଆମେ ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦେଉଛୁ ବୋଲି ପ୍ରକାଶ କରି ଟିକା କେନ୍ଦ୍ର ମାନଙ୍କରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ମାନେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ସଂପର୍କରେ ଲୋକମାନଙ୍କୁ ବାରମ୍ବାର ସଚେତନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ । ସମୀକ୍ଷାରେ ଯୋଗ ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନ୍‌ଲକ୍‌ ପରେ ମଧ୍ୟ କୋଭିଡ କେସ୍‌ରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ବର ଓ ମୟୁରଭଂଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ଥିବାରୁ ଅଧିକ ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସେ ସୂଚନା ଦେଇଥିଲେ। ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାରେ ସଂକ୍ରମଣ ହାର ଏକ ପ୍ରତିଶତରୁ ତଳେ ଥିବାବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ୯-୧୫ ପ୍ରତିଶତ ରହୁଥିବାରୁ ଏହା ଉପରେ ଅଧିକ ଫୋକସ କରାଯାଇଛି । ଲକ୍‌ଡାଉନ କଡାକଡି ସହିତ Micro Containment Zone, Testing ଆଦି ଉପରେ ବିଶେଷ ଗୁରୁତ୍ବ ଦିଆଯାଉଛି । ଜୁଲାଇ ୧୫ ବେଳକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ସୂଚନା ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!