Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 11, 2020
in Health
ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଅନୁଷ୍ଠିତ
20
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଦ୍ୱାରା ସ୍ୱତନ୍ତ୍ର ଟୀକାକରଣ ଅଭିଯାନ କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ୱେତକୁମାର ମହାପାତ୍ର ଯୋଗଦେଇଥିବା ବେଳେ ଡ. ନୌସଦଅଲ୍ଲୀ ଖାଁ, ପୁଷ୍ପାନଳିନୀ ଲାକ୍ରା, କିଶୋର ଚନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଯୋଗଦେଇ ଟୀକାକରଣ ସମ୍ବନ୍ଧରେ ସୂଚନା ପ୍ରଦାନ କରିଥିଲେ । ଏହି ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଦ୍ୱାରା ଶିଶୁଙ୍କୁ ୧୧ଗୋଟି ପ୍ରାଣଘାତୀ ରୋଗରୁ ରକ୍ଷାକରାଯାଇ ପାରୁଛି । ନୟାଗଡ଼ ଜିଲ୍ଲାର ଭାପୁର, ନୟାଗଡ଼, ଓଡ଼ଗାଁ ଓ ନୂଆଗାଁ ବ୍ଲକ୍‌ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସରକାରଙ୍କ ପକ୍ଷରୁ ଟୀକାକରଣ କେନ୍ଦ୍ରରେ ସମସ୍ତ ଟୀକା ମାଗଣାରେ ପିଲାଙ୍କୁ ଦିଆଯିବ । ଏହି ଟୀକାକରଣ ଅଭିଯାନ ଆଜିଦିନ ଠାରୁ ଅରମ୍ଭ ହୋଇ ୧୨ମାର୍ଚ୍ଚ ପର୍ଯ୍ୟନ୍ତ କାର୍ଯ୍ୟ ଚାଲୁରହିବ । ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ଆଶା ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ସହ ଯୋଗାଯୋଗ କରି ଏହି ସ୍ୱତନ୍ତ୍ର ଟୀକାକରଣ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରକାଶ କରିଛନ୍ତି । କୌଣସି କାରଣବଶତଃ ଦୁଇ ବର୍ଷରୁ କମ୍ ଶିଶୁମାନେ ଯଦି କୌଣସି ଟୀକା ଦେଇପାରି ନାହାନ୍ତି ତେବେ ଏହି ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ମାଧ୍ୟମରେ ନିକଟସ୍ଥ ଟୀକାକରଣ କେନ୍ଦ୍ରରେ ଟୀକା ଦେବାପାଇଁ ସୂଚନା ପ୍ରଦାନ କରାଯାଇଛି । ଏହି ଅବସରରେ ବହୁ ବରିଷ୍ଠ ସାମ୍ବାଦିକ ଉପସ୍ଥିତ ରହିଥିଲେ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!