Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲ୍ଲୀ-ଡେରାଡୁନ ଶତାବ୍ଦୀ ଏକ୍ସପ୍ରେସ କୋଚରେ ଲାଗିଲା ନିଆଁ, ୩୫ ଯାତ୍ରୀଙ୍କୁ କରାଗଲା ସ୍ଥାନାନ୍ତର

by ସଞ୍ଜୟ ସ୍ୱାଇଁ
March 13, 2021
in Feature News
ଦିଲ୍ଲୀ-ଡେରାଡୁନ ଶତାବ୍ଦୀ ଏକ୍ସପ୍ରେସ କୋଚରେ ଲାଗିଲା ନିଆଁ, ୩୫ ଯାତ୍ରୀଙ୍କୁ କରାଗଲା ସ୍ଥାନାନ୍ତର
158
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା):  ଦିଲ୍ଲୀରୁ ଡେରାଡୁନ ଯାଉଥିବା ଶତାବ୍ଦୀ ଏକ୍ସପ୍ରେସର କୋଚରେ ନିଆଁ ଲାଗିଥିବା ଜଣାପଡ଼ିଛି। ପ୍ରାଥମିକ ସୂଚନାରୁ ସର୍ଟସର୍କିଟ ପାଇଁ ଟ୍ରେନରେ ନିଆଁ ଲାଗିଥିବା ସାମ୍ନାକୁ ଆସିଛି। ସବୁଠାରୁ ବଡ଼ କଥା ହେଲା ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି। ନିଆଁ ଲାଗିଥିବା କୋଚରେ ଯାତ୍ରା କରୁଥିବା ସମସ୍ତ ୩୫ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିଦିଆଯାଇଛି। ରାୟବାଲା ଏବଂ କଂସରାବ ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଟ୍ରେନର ୮ନମ୍ବର କୋଚରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଏହି ଘଟଣା ପରେ ନିଆଁ ଲାଗିଥିବା କୋଚକୁ ଟ୍ରେନରୁ ଅଲଗା କରିଦିଆଯାଇଛି। ମିଳିଥିବା ସୂଚନା ମୁତାବକ, ଦିନ ୧୨ଟା ୨୦‌ରେ ଦିଲ୍ଲୀରୁ ଡେରାଡୁନ ଯାଉଥିବା ଟ୍ରେନର ୮ନମ୍ବର କୋଚରେ ନିଆଁ ଲାଗିଥିଲା। ଏ ନେଇ ସୂଚନା ମିଳିବା ପରେ ନିଆଁ ଲାଗିଥିବା କୋଚକୁ ଟ୍ରେନରୁ ଅଲଗା କରିଦିଆଯିବା ସହ ୩୫ଜଣ ଯାତ୍ରୀଙ୍କୁ ଅନ୍ୟ କୋଚକୁ ସ୍ଥାନାନ୍ତର କରିଦିଆଯାଇଥିଲା। ବର୍ତ୍ତମାନ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!