Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ମସ୍କ

by ସଞ୍ଜୟ ସ୍ୱାଇଁ
May 29, 2025
in WORLD
ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ମସ୍କ
31
VIEWS
Share on FacebookShare on Twitter

ଓ୍ବାଶିଂଟନ, (ବାଘୁଆବାର୍ତ୍ତା): ଟେସଲା କମ୍ପାନୀର ମାଲିକ ଏଲନ ମସ୍କ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିଶ୍ୱସ୍ତ ପରାମର୍ଶଦାତାମାନଙ୍କ ମଧ୍ୟରୁ ଜଣେ। ତଥାପି, ଏବେ ଉଭୟଙ୍କ ପଥ ଅଲଗା ହୋଇଯାଇଛି। ବୁଧବାର ମସ୍କ ଟ୍ରମ୍ପ ସରକାରଙ୍କ ସରକାରୀ ଦକ୍ଷତା ବିଭାଗ (DOGE)ଠାରୁ ନିଜକୁ ଦୂରେଇ ଦେଇଛନ୍ତି। ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏ ବିଷୟରେ ଅନେକ କଥା କୁହାଯାଉଛି, ଯାହା ଟ୍ରମ୍ପ ଏବଂ ମସ୍କଙ୍କ ମଧ୍ୟରେ ଫାଟକୁ ଇଙ୍ଗିତ କରିପାରେ। ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ। ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବାବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା। ତେବେ ଟ୍ରମ୍ପଙ୍କର ମନଇଚ୍ଛା ନିଷ୍ପତ୍ତି ଏହା ପଛର ବଡ଼ କାରଣ ବୋଲି କୁହାଯାଉଛି। ଗତ କିଛି ଦିନ ହେବ ଟ୍ରମ୍ପ ଯେଉଁ ନିଷ୍ପତ୍ତି ନେଉଛନ୍ତି, ତାହା ବେଶ ବିବାଦୀୟ ହେଉଛି। ଏହି କାରଣରୁ ମସ୍କ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ଏଠାରେ ସୂଚନାଯୋଗ୍ୟ, ଏପ୍ରିଲ୍ ଆରମ୍ଭରେ ଖବର ଆସିଥିଲା ଯେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱିତୀୟ କାର୍ଯ୍ୟକାଳ ସମୟରେ ସୃଷ୍ଟି ହୋଇଥିବା ସରକାରୀ ଦକ୍ଷତା ବିଭାଗ(ଡିଓଜିଇ)ରୁ ଏଲନ୍ ମସ୍କ ହଟିପାରନ୍ତି। ରାଷ୍ଟ୍ରପତି ଟ୍ରମ୍ପ ନିଜେ ଏହି ସଙ୍କେତ ଦେଇଥିଲେ। ସେ କହିଥିଲେ ଯେ, ଏଲନ ମସ୍କ କିଛି ମାସ ମଧ୍ୟରେ ତାଙ୍କ ପ୍ରଶାସନ ଛାଡିବେ। ଟ୍ରମ୍ପ କହିଥିଲେ, ଏଲନ ଖୁବ୍ ବୁଦ୍ଧିମାନ, କିନ୍ତୁ ତାଙ୍କ ପାଖରେ ଅନେକ କମ୍ପାନୀର ଦାୟିତ୍ୱ ରହିଛି। ମୁଁ ଚାହୁଁଛି ଯେ ସେ ଲମ୍ବା ସମୟ ପର୍ଯ୍ୟନ୍ତ ରୁହନ୍ତୁ। କିନ୍ତୁ ଏପରି ଏକ ସମୟ ଆସିବ ଯେତେବେଳେ ତାଙ୍କୁ ଏହି ପଦବୀ ଛାଡିବାକୁ ପଡିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!