Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
November 18, 2019
in Accident, Nayagarh, State
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) :ଦଶପଲ୍ଲା,୧୮/୧୧ ଭଉଣୀ ଘରେ ଅଷ୍ଟମୀ ଭାର ଦେଇ ହସଖୁସିରେ ଫେରୁଥିଲେ । ହେଲେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ସ୍ୱାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ପତ୍ନୀ ଗୁରୁତର ଥିବା ଜଣାପଡିଛି । ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ସ୍ଥାନୀୟ ରଥଗାଁ ନିକଟରେ ଏକ ଟ୍ରକ ଓ ବାଇକ ମଧ୍ୟରେ ଏଭଳି ଦୁର୍ଘଟଣା ଘଟିଛି । ସୂଚନା ଯୋଗ୍ୟ ଯେ ଟାକରା ପଂଚାୟତ ଝିଂଟିକାବାରୀ ଗ୍ରାମର ପ୍ରଫୁଲ୍ଲ ନାୟକ ପତ୍ନୀ ସୁଜାତାଙ୍କୁ ସାଥିରେ ଧରି ଦଶପଲ୍ଲା ଢିପିସାହି ସ୍ଥିତ ଭଉଣୀଙ୍କ ଘରକୁ ଅଷ୍ଟମୀ ଭାର ଧରି ଆସିଥିଲେ । ଅପରାହ୍ନ ପ୍ରାୟ ସାଢେ ୨ଟା ରେ ଉଭୟ (ଓଡି ୨୫ ଏଫ୍ ୭୧୭୦) ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଦଶପଲ୍ଲା ଅଭିମୁଖେ ଆସୁଥିବା (ଓଡି ୦୭ ଏନ୍ ୧୭୮୯) ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ପ୍ରଫୁଲ୍ଲଙ୍କ ମୃତ୍ୟୁ ହୋଇଥିବା ବେଳେ ସୁଜାତା ଗୁରୁତର ହୋଇ ପଡିଥିଲେ । ଖବରପାଇ ଦଶପଲ୍ଲା ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ଉଭୟଙ୍କୁ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲେ । ସୂଜାତା ଟାକରା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ । ପୁଲିସ ଘଟଣାସ୍ଥଳରେ ପହଁଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଥାନାରେ ଅଟକ ରଖିଥିବା ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!