Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ ମାଓବାଦୀ ନିହତ

by ସଞ୍ଜୟ ସ୍ୱାଇଁ
May 8, 2025
in State
କରେଗୁଟ୍ଟା ପାହାଡ଼ରେ ମାଓ ବିରୋଧୀ ଅପରେସନ
80
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଛତିଶଗଡ଼-ତେଲେଙ୍ଗାନା ସୀମାନ୍ତ କରେଗୁଟ୍ଟା ପାହାଡ଼ରେ ଏନ୍କାଉଣ୍ଟର । ଦେଶର ସବୁଠାରୁ ବଡ଼ ମାଓ ବିରୋଧୀ ଅପରେସନରେ ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ୨୬ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ମାଲକାନଗିରି ସୀମାନ୍ତରେ ଗତ ୧୦ ଦିନରୁ ଅଧିକ ସମୟ ଧରି ଚାଲିଛି ଅପରେସନ କାଗାର । ଯେଉଁଥିରେ ୧୦ ହଜାରରୁ ଅଧିକ ଜବାନ ନିୟୋଜିତ ଥିବା ବେଳେ ସ୍ଥାନୀୟ ରାଜ୍ୟର ପୋଲିସ ମଧ୍ୟ ସାମିଲ ରହିଛନ୍ତି । ଛତିଶଗଡ଼-ତେଲେଙ୍ଗାନା ସୀମାନ୍ତ କରେଗୁଟ୍ଟା ପାହାଡ଼ରେ ସର୍ଚ୍ଚ ଅପରେସନ ଚାଲୁଥିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଚାଲିଥିବା ଗୁଳିବିନିମୟ । ଶେଷରେ ମାଓବାଦୀମାନେ ଘଟଣାସ୍ଥଳରୁ ମାରିଥିଲେ ଚମ୍ପଟ । ପରେ ସର୍ଚ୍ଚ ଅପରେସନ ୨୬ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ସେପଟେ ଦିଲ୍ଲୀରୁ ଅପରେସନ ଉପରେ ନଜର ରଖିଛନ୍ତି ସିଆରପିଏଫ୍ ଡିଜି ଜ୍ଞାନେନ୍ଦ୍ର ପ୍ରତାପ ସିଂହ । ଛତିଶଗଡ଼ ଏଡିଜେ ନକ୍ସନ ଅପରେସନ ବିବେକାନନ୍ଦ ସିହ୍ନା, ସିଆର୍ପିଏଫ୍ ଆଇଜି ରାକେଶ ଅଗ୍ରଓ୍ୱାଲ୍, ବସ୍ତର ଆଇଜି ପି ସୁନ୍ଦରରାଜ ବିଜାପୁରରେ ପହଞ୍ଚି ଅପରେସନରେ ସାମିଲ ଥିବା ଯବାନଙ୍କୁ ସାକ୍ଷାତ କରିବେ । ଏନ୍କାଉଣ୍ଟରରେ ଭାରିମାତ୍ରାରେ ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ବେଳେ ଲୁଚି ରହିଥିବା ଅନ୍ୟ ମାଓବାଦୀଙ୍କୁ ଧରିବା ଲାଗି ଚାଲିଛି ସର୍ଚ୍ଚ ଅପରେସନ । ଡ୍ରୋନ ଓ ବାୟୁସେନାର ହେଲିକାପ୍ଟର ଜରିଆରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!