Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
May 8, 2025
in State
ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ
97
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ଶୁଣାଣୀ କରି ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ତୁମୁଡିବନ୍ଧ ଥାନା ଅଞ୍ଚଳର ହରିଶଙ୍କର ବେହେରା ଦଳାଇ। ସୂଚନା ଅନୁସାରେ, ହରିଶଙ୍କର ଗତ ୨୦୨୧ ମସିହାରେ ପୀଡ଼ିତାଙ୍କୁ ଅପହରଣ କରି ନେଇଯିବା ପରେ ୨୦୨୩ ମସିହା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରଖି ଦୁଷ୍କର୍ମ କରିଥିଲେ। ଇତି ମଧ୍ୟରେ ପୀଡ଼ିତା ଗର୍ଭବତୀ ହେବାରୁ ତାଙ୍କର ଗର୍ଭପାତ କରାଇଥିଲେ। ତେବେ ଦ୍ଵିତୀୟ ଥର ଗର୍ଭପାତ କରିବାରେ ଅସଫଳ ହେବାରୁ ନାବାଳିକା ଜଣକ ନିଜ ଘର ଲୋକଙ୍କୁ ସବୁ ବିଷୟ ଜଣାଇଥିଲେ। ପରିବାର ଲୋକେ ପୁଅ ଘରେ ଏନେଇ କହିବାରୁ ସେମାନେ ବିବାହ ପାଇଁ ରାଜି ହେବା ସହ ଏକବର୍ଷ ପରେ ବିବାହ କରାଇବେ ବୋଲି କହିଥିଲେ। ହେଲେ ପରେ ସେମାନେ ଆଉ ଧରାଛୁଆଁ ଦେଇ ନଥିଲେ। ଫଳରେ ୨୦୨୩ ନଭେମ୍ବର ୧୪ ତାରିଖରେ ପୀଡିତାଙ୍କ ପରିବାର ପକ୍ଷରୁ ତୁମୁଡିବନ୍ଧ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା । ପୁଲିସ ଅଭିଯୋଗ ଆଧାରରେ ୧୩୭/୨୦୨୩ରେ ଏକ ମାମଲା ରୁଜ୍ଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ବିଚାର କରି ପୋକସୋ କୋର୍ଟ ବିଚାରପତି ରାଜେଶ ଦାଶ ୧୨ଜଣ ସାକ୍ଷୀ ଓ ପୀଡ଼ିତାଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!