Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଟିକୁ ଧକ୍କା ଦେଲା ଟ୍ରକ, ୨ ନାବାଳିକା ମୃତ

by ସଞ୍ଜୟ ସ୍ୱାଇଁ
January 21, 2025
in Accident, State
ଚଢ଼ିଗଲା ହାଇୱା
53
VIEWS
Share on FacebookShare on Twitter

ବଣାଇଁ, (ବାଘୁଆବାର୍ତ୍ତା): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନା ରାଜମୁଣ୍ଡା ବାଇପାସରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ଟ୍ରକ ଧକ୍କାରେ ଦୁଇ ନାବାଳିକା ମୃତ୍ୟୁ ବରଣ କରିଛନ୍ତି। ସ୍କୁଟିରେ ଥିବା ତିନି ଜଣ ଆରୋହୀ ଗୁରୁତର ଆହତ ହୋଇ ପ୍ରଥମେ ଲହୁଣିପଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ରାଉରକେଲା ସ୍ଥାନାନ୍ତରିତ ହୋଇଥିଲେ l ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଳିପୋଷ ଗ୍ରାମର ସୁଧୀର ଠାକୁର (୨୮)ଏବଂ ତାଙ୍କର ଝିଆରୀ ଜାନକୀ ଠାକୁର (୧୩) ଓ କରିସ୍ମା ଠାକୁର (୯) ନିଜ ଗ୍ରାମରୁ ସ୍କୁଟି ଓଡି ୧୪-ପି-୯୯୨୪ ଯୋଗେ ଲହୁଣୀପଡା ଆସି ଥିଲେ ଏବଂ ବଣାଇ ଦେଇ ଘରକୁ ଫେରିବା ବେଳେ ରାଜାମୁଣ୍ଡା ବାଇପାସ ରାସ୍ତାର ଗୋଲ ଛକି ଅତିକ୍ରମ କରୁଥିବା ବେଳେ ୧୪୩ ନମ୍ବର ଜାତୀୟ ରାଜପଥ ରାଉରକେଲାରୁ ବାରକୋଟ ପଟେ ଯାଉଥିବା ଏକ ଟ୍ରକ ଓଡ଼ି – ୦୯-ପି-୮୪୭୮ ପଛପଟୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିରେ ବସି ଥିବା ତିନି ଜଣ ଯାକ ତଳେ ପଡି ଯାଇଥିଲେ ଓ ଗାଡିର ପଛ ଚକରେ ଚାପି ହେଇଯାଇଥିଲେ। ଏଥିରେ ସୁଧୀର ଠାକୁର ଓ ଜାନକୀ ଠାକୁରଙ୍କ ଗୋଡ଼ ଉପରେ ଚକ ଚଢି ଯାଇଥିଲା। ସେମାନେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡି ଯନ୍ତ୍ରଣାରେ ଛଟପଟ ହେଉଥିଲେl ଖବରପାଇ ଲହୁଣୀପଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତିନି ଜଣଙ୍କୁ ଚିକିତ୍ସା ପାଇଁ ଲହୁଣୀପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରି ଦେଇଥିଲେ। କିନ୍ତୁ ସେଠାରେ ଦୁଇ ନାବାଳିକାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ପୋଲିସ ଟ୍ରକ ଓ ସ୍କୁଟି କୁ ଜବତ କରି ଘଟଣାର ତଦନ୍ତ ଚଳେଇଥିବା ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!